ପ୍ରବଳ ବର୍ଷା: ମାଲକାନଗିରି ଜଳବନ୍ଦୀ

ମାଲକାନଗିରି,୨୭।୭ (ଦୁର୍ଯ୍ୟୋଧନ ପାତ୍ର)/ ପୋଟେରୁ(ସୌରଭ ମଣ୍ଡଳ)/କାଲିମେଳା/ଜୀବନ ଦାସ/କୁଡୁମୁଲୁଗୁମ୍ମା,(ସୁଜିତ ପଟ୍ଟନାୟକ)/ବାଲିମେଳା (ଶିବଦତ୍ତ ସାହୁ)
କମାଲକାନଗିରି ଜିଲାରେ ମଙ୍ଗଳବାରଠାରୁ ପୁଣି ପ୍ରବଳ ବର୍ଷା ଆରମ୍ଭ ହୋଇଛି। ଫଳରେ ଜିଲାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ପ୍ରବଳ ବର୍ଷା ଯୋଗୁ ୩୨୬ ନମ୍ବର ଜାତୀୟ ରାଜପଥ କାଙ୍ଗୁରୁକୋଣ୍ଡା, ଏମ୍‌ଭି ୯୬ ପୋଲ ଉପରେ ୩ ଫୁଟ ଉଚ୍ଚରେ ପାଣି ଚାଲିଛି। ଫଳରେ ମୋଟୁ କାଲିମେଳା, ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼କୁ ଯୋଗାଯୋଗ ବିଚ୍ଛିନ୍ନ ସହ ଜିଲା ଏକ ପ୍ରକାର ଜଳବନ୍ଦୀ ହୋଇଛି।
ଏଥିଯୋଗୁ ବିଭିନ୍ନ ନଦୀ ନାଳରେ ପ୍ରବଳ ପାଣି ହେବାରୁ ଖଇରପୁଟ ବ୍ଲକ ମୁଦୁଲିଗୁଡ଼ା ଗ୍ରାମରେ ଜଣେ ଯୁବକଙ୍କର ନାଳରେ ବୁଡ଼ି ମୃତ୍ୟୁ ଘଟିଛି। ମୃତକ ହେଲେ ମୁଦୁଲିଗୁଡ଼ା ଗ୍ରାମର ଘେନୁ ଚାଲାଣ (୪୨)। ମଙ୍ଗଳବାର ସେ ଜମିକୁ ଚାଷ କରିବାକୁ ଯାଇଥିଲେ। ସନ୍ଧ୍ୟାରେ କାମ ସାରି ଘରକୁ ଫେରୁଥିବା ସମୟରେ ଲଗାଣ ବର୍ଷା ଯୋଗୁ ଘେନୁ ଆସୁଥିବା ବାଟରେ ଗୋଟିଏ ନାଳରେ ପାଣି ଭର୍ତ୍ତି ହୋଇଥିଲା। ସେହି ନାଳକୁ ଡେଇଁବାକୁ ଚେଷ୍ଟା କରିବା ସମୟରେ ଗୋଡ଼ ଖସିଯିବା ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।
ସେହିପରି ପ୍ରବଳ ପାଣି ଯୋଗୁ ପୋଲର ଉଭୟ ପାର୍ଶ୍ୱରେ ଅନେକ ଗାଡି ମୋଟର ଅଟକି ରହିଛି। କାଲିମେଳା ବ୍ଲକ ସହ ପଡିଆ ବ୍ଲକ୍‌କୁ ସଂଯୋଗ କରୁଥିବା ଉଣ୍ଡ୍ରୁକୋଣ୍ଡା କନ୍ୟାଶ୍ରମ ପୋଲ ଉପରେ ମଧ୍ୟ ୩ ଫୁଟ ଉଚ୍ଚର ପାଣି ଲହଡି ମାରୁଛି। ଫଳରେ କାଲିମେଳା ବ୍ଲକ ସହ ପଡିଆ ବ୍ଲକ କନ୍ୟାଶ୍ରମ, ଉଣ୍ଡୁରୁକୋଣ୍ଡା, ଗଠନପାଲ୍ଲୀ, ଏମ୍‌ଭି ୫୮, ବାପନପାଲ୍ଲୀ ସହ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଛି। ପୋଟେରୁ ଏମ୍‌ଭି ୩୭ ପୋଲକୁ ମଧ୍ୟ ପାଣି ଲାଗି ଗଲାଣି। ପାଣିରେ ବୁଡ଼ିଥିବା ପୋଲ ନିକଟରେ ପୋଲିସ ପହରା ଦେଇ କୌଣସି ଗାଡି ମୋଟର ନ ଯିବା ପାଇଁ ଦୃଷ୍ଟି ରଖିଛି।
ମାଲକାନଗିରି ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୩୫୪.୮ ମି.ମି. ବର୍ଷା ହୋଇଥିବା ବେଳେ ହାରାହାରି ୫୦.୬୯ ମି.ମି. ହୋଇଛି। ମାଲକାନଗିରି ବ୍ଲକରେ ୮୦.୪ ମି.ମି., ମାଥିଲିରେ ୧୮.୦ ମି.ମି. , ଖଇରପୁଟରେ ୩୦.୦ ମି.ମି., ଚିତ୍ରକୋଣ୍ଡାରେ ୫୫.୦ ମି.ମି., କୋରୁକୋଣ୍ଡାରେ ୪୭.୦ ମି.ମି., କାଲିମେଳାରେ ୮୦.୦ ମି.ମି. ଓ ପଡିଆରେ ୪୪.୦ ମି.ମି. ବର୍ଷା ହୋଇଥିବା ଜିଲା ଜରୁରିକାଳୀନ ବିଭାଗ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri