୧୬, ୧୭ରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୫।୧୧(ଅସମାପିକା ସାହୁ): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଜଗତ୍‌ସିଂହପୁର, ପୁରୀ ଜିଲାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦିଆଯାଇଛି। ବୁଧବାର ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବା ପରେ ଏହାର ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ। ୧୬ ଏବଂ ୧୭ତାରିଖରେ ରାଜ୍ୟରେ ବିଭିନ୍ନ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୬ ତାରିଖରେ ଏହି ଅବପାତ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରି ଗଭୀର ଅବପାତରେ ପରିଣତ ହେବ। ଓଡ଼ିଶା ଉପକୂଳ ନିକଟ ଦେଇ ଏହା ଗତି କରୁଥିବାରୁ ୧୬ ଓ ୧୭ ତାରିଖରେ ରାଜ୍ୟରେ ଏହାର ସର୍ବାଧିକ ପ୍ରଭାବ ପଡ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବନୁମାନ କରିଛି। ୧୬ ତାରିଖରେ ରାଜ୍ୟର ୩ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ୩ ଜିଲା ହେଲା ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ୧୬ରେ ଗଞ୍ଜାମ, ଖୋର୍ଦ୍ଧା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ହେବ ଏବଂ ଏସବୁ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୭ତାରିଖରେ ୭ଟି ଜିଲାକୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୫ ତାରିଖରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେପଟେ ଉତ୍ତରରୁ ଉପକୂଳ, ପଶ୍ଚିମରୁ ଦକ୍ଷିଣ ସବୁଠି ଥଣ୍ଡା ପଡ଼ିଗଲାଣି। ସକାଳୁ ମେଘୁଆ ପାଗ ରହୁଛି। ରାତିରେ ପାରଦର ସ୍ତର ମଧ୍ୟ କମିଛି। ବିଶେଷ ଭାବେ କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲାରେ ଥଣ୍ଡା ଅଧିକ ଅନୁଭୂତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?