ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ ହୋଇଛି। ଫଳରେ ସାରା ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ସକାଳ ୮ଟା ୩୦ ସୁଦ୍ଧା ବରଗଡ଼ ଜିଲା ଅମ୍ବାଭୋନାରେ ସର୍ବାଧିକ ୧୮୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବର୍ଷାରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଥିବାବେଳେ ବିଭିନ୍ନ ସ୍ଥାନରେ ଗଛ, ବିଦ୍ୟୁତ୍‌ ଖୁଣ୍ଟ ଆଦି ଉପୁଡ଼ି ପଡ଼ଛି। ଘର, ରାସ୍ତା ଭୁଶୁଡ଼ି ପଡିଥିବା ବେଳେ ତଳିଆ ଅଞ୍ଚଳରେ ବର୍ଷା ପାଣି ନିଷ୍କାସିତ ହୋଇ ନ ପାରି ଗାଁରେ ପଶିଛି। ରାଜଧାନୀ ଭୁବନେଶ୍ୱର ସମେତ ସହରାଞ୍ଚଳରେ ମଧ୍ୟ ପାଣି ଘେରରେ ଲୋକେ ଫସି ରହିଥିବା ଦେଖିବାକୁ ମିଳିଛି।

ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଲଗାଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ବିଶେଷକରି ଶୁକ୍ରବାର ଅତି ପ୍ରବଳରୁ ଅଧିକ ବର୍ଷା ନେଇ କୋରାପୁଟ ଓ ମାଲକାନଗିରି ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ନବରଙ୍ଗପୁର ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?