Posted inଜାତୀୟ

ଆଗାମୀ ୨୪ ଘଣ୍ଟାରେ ତାଣ୍ଡବ ରଚିବ ଝଡ଼ବର୍ଷା; ଓଡ଼ିଶା ସମେତ ୧୫ ରାଜ୍ୟକୁ IMDର ହାଇ-ଆଲର୍ଟ

ନୂଆଦିଲ୍ଲୀ,୧୮।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେଉଛି ଏବଂ ଏହା ସହିତ ଏକ ପଶ୍ଚିମା ଝଡ଼ (Western Disturbance) ମଧ୍ୟ ସକ୍ରିୟ ହେବ। ଏହି କାରଣରୁ ଦେଶର ୬୦ ରୁ ୭୦ ପ୍ରତିଶତ ଅଞ୍ଚଳରେ ମୌସୁମୀ ବାଦଲ ପୁଣି ଥରେ ଘୋଟି ଆସିଛି, ଯାହା ଫଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର-ପଶ୍ଚିମ ଭାରତରେ ପାଣିପାଗ ବଦଳିବ ଏବଂ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିବ।

ଆଗାମୀ ୭ ଦିନ କେମିତି ରହିବ ପାଣିପାଗ?

IMD ଅନୁଯାୟୀ, ଆଗାମୀ ୭ ଦିନ ମଧ୍ୟରେ ଉତ୍ତର-ପୂର୍ବ ଭାରତ, ଉପ-ହିମାଳୟ ପଶ୍ଚିମବଙ୍ଗ, ସିକିମ, ବିହାର, ଉତ୍ତର ପ୍ରଦେଶ ଏବଂ ପଶ୍ଚିମ ହିମାଳୟ ଅଞ୍ଚଳର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପଟେ, ପଶ୍ଚିମ-ମଧ୍ୟ ଓ ଦକ୍ଷିଣ ଭାରତ ଏବଂ ଆଗାମୀ ୩ ଦିନ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଭାରତର ସମତଳ ଅଞ୍ଚଳରେ ଗରମ ଅନୁଭୂତ ହୋଇପାରେ।

ଆଜି ୧୫ଟି ରାଜ୍ୟରେ ବର୍ଷା ସତର୍କତା

IMD ଅନୁଯାୟୀ, ଦେଶର ୧୫ଟି ରାଜ୍ୟରେ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ବର୍ଷା ପାଇଁ ଆଲର୍ଟ ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୦ ରୁ ୭୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ। ଆଜି ଉତ୍ତର ପ୍ରଦେଶ, ବିହାର, ଦିଲ୍ଲୀ, ରାଜସ୍ଥାନ, ହରିୟାଣା, ପଞ୍ଜାବ, ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ଜମ୍ମୁ-କାଶ୍ମୀର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା, ମଧ୍ୟପ୍ରଦେଶ, ଛତିଶଗଡ଼ ଏବଂ ତେଲେଙ୍ଗାନାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

IMD ଅନୁଯାୟୀ, ୨୨ ଜୁଲାଇ ପର୍ଯ୍ୟନ୍ତ ଉତ୍ତରାଖଣ୍ଡ ଏବଂ ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ସହ ଭୂସ୍ଖଳନ (Landslide) ହେବାର ଆଶଙ୍କା ରହିଛି। ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଏବଂ ଓଡ଼ିଶାରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ମୁଷଳଧାରାରେ ବର୍ଷା ହୋଇପାରେ। ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ପଞ୍ଜାବ ଏବଂ ଜମ୍ମୁ-କାଶ୍ମୀରର ଲୋକଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଉତ୍ତର-ପୂର୍ବ ରାଜ୍ୟ ଆସାମ, ମେଘାଳୟ ଆଦିରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଯୁବନେତାଙ୍କ ପରଲୋକ, ମାତ୍ର ୩୮ ବର୍ଷ ବୟସରେ ଦୁନିଆ ଛାଡ଼ିଲେ, ଲୁହରେ ଭିଜିଲା ପୂରା ଗାଁ…

ପାଟଣା,୮ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ବ୍ୟକ୍ତିଗତ ସହାୟକ ତଥା ଯୁବ ଭାଜପା ନେତା ବୃଷବ ମହାନ୍ତଙ୍କ ଶନିବାର ବିଳମ୍ବିତ ରାତିରେ…

ଓଡ଼ିଶା ଶିକ୍ଷାକ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ: ଦଶିପୁରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ମାର୍ଶାଘାଇ,୭ା୧୧(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଓଡ଼ିଶା ଶିକ୍ଷାକ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଯୋଡ଼ି ହୋଇଛି। କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଦଶିପୁରଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…

ଜେଲ ଗଲେ ବାଲିଆପାଳ ସବ୍‌ରେଜିଷ୍ଟ୍ରାର

ବାଲେଶ୍ୱର, ୭।୧୧(ବାଞ୍ଛାନିଧି ଦେ): ‘ବାଜ୍ୟାପ୍ତି ସ୍ଥିତିବାନ’ ଜମିର ଦଲିଲ ପଞ୍ଜୀକରଣ ପାଇଁ ଲାଞ୍ଚ ନେବା ମାମଲାରେ ବାଲେଶ୍ୱର ଜିଲା ଅନ୍ତର୍ଗତ ବାଲିଆପାଳ ସବ୍‌ ରେଜିଷ୍ଟ୍ରାର୍‌ ମନୀଷା ମିଶ୍ରଙ୍କୁ…

୪ ଦିନରେ ଗଲାଣି ୫ଜଣଙ୍କ ଜୀବନ

ଭୁବନେଶ୍ୱର,୮।୧୧(ତ୍ରିନାଥ ମହାନ୍ତି): ଅଶାନ୍ତ ହୋଇ ଉଠିଛି ସ୍ମାର୍ଟସିଟି ଭୁବନେଶ୍ୱର। କେଉଁଠି ଗୁଳିମାଡ଼ ହେଉଛି ତ’ ଆଉ କେଉଁଠି ପଥରରେ ଛେଚି ହତ୍ୟା କରାଯାଉଛି। ସାମାନ୍ୟ ବଚସା ହେଉ…

କୋର୍ଟରେ ଓକିଲ, ସିଏଏସ୍‌ଆଇଙ୍କୁ ଅଙ୍ଗନଓ୍ବାଡି କର୍ମୀଙ୍କ ଆକମ୍ରଣ

ଝରିଗାଁ,୭।୧୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ଜଣେ ଅଙ୍ଗନଓ୍ବାଡି କର୍ମୀ ପଶି ସରକାରୀ ଓକିଲ ଓ…

୬୦ ଦିନ ଶୋଇ ୯ ଲକ୍ଷରୁ ଅଧିକ ଟଙ୍କା ରୋଜଗାର କଲେ ମହିଳା, ଜାଣନ୍ତୁ ପୂରା ଘଟଣା…

ମୁମ୍ବାଇର ଜଣେ ମହିଳା ଶୋଇଶୋଇ ରୋଜଗାର କରିଛନ୍ତି। ଏହା ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ମୁମ୍ବାଇର ଜିନିଆ ଚାଟାର୍ଜୀ ‘ସ୍ଲିପ ଇଣ୍ଟର୍ନଶିପ୍‌’ ଜିତିଥିଲେ। ୨୦୦୦୦୦ରୁ ଅଧିକ ଆବେଦନ…

ସୁରକ୍ଷାକର୍ମୀଙ୍କ ସହ ଦୀପାବଳି ପାଳିବେ ପ୍ରଧାନମନ୍ତ୍ରୀ, ଶୁଭେଚ୍ଛା ଜଣାଇ କହିଲେ ଯବାନଙ୍କ…

ନୂଆଦିଲ୍ଲୀ,୮ା୧୧: ଆଲୋକର ପର୍ବ ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛତିଶଗଡ଼ର ବସ୍ତର ଗସ୍ତ କରୁଛନ୍ତି। ଏନେଇ ସେ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରିଛନ୍ତି। ସେ…

ରୋହିତ, ବିରାଟ, ଶିଖର ଧୱନ ଯାହା କରିପାରିଲେ ନାହିଁ, ତାହା କରି ଦେଖାଇବେ ଗିଲ

ନୂଆଦିଲ୍ଲୀ,୮।୧୧: ଶୁବମନ ଗିଲଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ, ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ଦୁଇଟି ମ୍ୟାଚ ଜିତି ୨-୦ରେ ଅଗ୍ରଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?