ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯:  ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚିଥିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଧୀରେଧୀରେ ଅଧିକ ସକ୍ରିୟ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି। ତେବେ ଏହା ପ୍ରଭାବରେ ୨୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ ଓ ଏନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡ଼ଘଡ଼ି ସହିତ ଝଡ଼ବର୍ଷା ନେଇ ସତର୍କ କରାଯାଇଛି।
ଅନ୍ୟପକ୍ଷରେ ଘୂର୍ଣ୍ଣିବଳୟ ପାଇଁ ରାଜ୍ୟରେ ବର୍ଷା ହେଉଥିଲେ ମଧ୍ୟ ପ୍ରଖର ଖରାତାତି ସାଙ୍ଗକୁ ଗୁଳୁଗୁଳି ସାଧାରଣ ଜନଜୀବନକୁ ପ୍ରଭାବିତ କରୁଛି। ବିଶେଷକରି ପୁରୀ, ଚାନ୍ଦବାଲି, ଭୁବନେଶ୍ୱର, ବାଲେଶ୍ୱର, ଗୋପାଳପୁର ଏବଂ ପାରାଦୀପରେ ହିଟ୍‌ ଇଣ୍ଡେକ୍ସ ଅଧିକ ରହୁଥିବାରୁ ସ୍ବାଭାବିକଠାରୁ ବେଶି ଗରମ ଅନୁଭବ ହେଉଛି। ଗୁରୁବାର ୯ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ

ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍‌ସିପ ଅଞ୍ଚଳରେ ଥିବା ଏକ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?