୨୬ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର,୨୨ା୮: ମୌସୁମୀ ରାଜ୍ୟରେ ସକ୍ରିୟ ରହିଛି। ଏଥିସହ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ଷା ଜାରି ରହିଛି। ଏଭଳି ସ୍ଥତିରେ ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୨୦ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାକୁ ପାଣିପାଗ ବିଭାଗର ପକ୍ଷରୁ ସତର୍କ ସୂଚନା ଜାରି କରିଛି।

ଅନ୍ୟପକ୍ଷେ ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଏହା ପ୍ରଭାବରେ ପୁଣି ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ ଶୁକ୍ରବାର ପୁରୀ, ଜଗତ୍‌ସିଂହପୁର, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଆଦି ଜିଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ୟେଲୋ ଓ୍ବାର୍ନିଂ ରହିଛି। ଶନିବାରଠାରୁ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିପାରେ। ୫ ଜିଲାରେ ଅତିରୁ ଅତି ପ୍ରବଳ ବର୍ଷା ଆଶଙ୍କାରେ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ ୯ ଜିଲାକୁ ଏବଂ ବଜ୍ରପାତ ପାଇଁ ୧୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?