୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୪।୯(ବ୍ୟୁରୋ): ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୬ ତାରିଖ ବେଳକୁ ଉତ୍ତର ଓ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ତେଣୁ ଏହାର ପ୍ରଭାବରେ ୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ମତ୍ସ୍ୟଜୀବୀଙ୍କୁ ୬ ଓ ୭ ତାରିଖରେ ଉତ୍ତର ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।