୧୫ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ବଳୟ ଏବେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ତତ୍‌ସଂଲଗ୍ନ ଅଞ୍ଚଳ ଉପରେ ପରିବ୍ୟାପ୍ତ ହୋଇ ରହିଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୨.୧ କିମି ଉଚ୍ଚତା ପର୍ଯ୍ୟନ୍ତ ପରିବ୍ୟାପ୍ତ ହେବା ସହ ଲଘୁଚାପ ଓଡ଼ିଶା ଉପକୂଳରୁ ଦୂରେଇ ଯାଇଛି। ତେଣୁ ଏବେ ରାଜ୍ୟରେ ଆଉ ଅତି ପ୍ରବଳ ବର୍ଷାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। କିନ୍ତୁ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ସେଥିପାଇଁ ପାଣିପାଗ କେନ୍ଦ୍ର କେତେକ ଜିଲାକୁ ୟେଲୋ ୱାର୍ନିଂ ଜାରି କରିଛି। ତେବେ ୧୫ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ରାଜ୍ୟରେ ଆସନ୍ତା ୪ଦିନ ଅର୍ଥାତ୍‌ ୧୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୨ତାରିଖରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ବରଗଡ଼ ଓ ସୁବର୍ଣ୍ଣପୁରରେ ପ୍ରବଳ ବର୍ଷା ହେବ ଏବଂ ଅଧିକାଂଶ ଜିଲାରେ ଝଡ଼ତୋଫୋନ ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ୧୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୪ ତାରିଖରେ ଜଗତ୍‌ସିଂହପୁର, କଟକ, ଅନୁଗୋଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ସମ୍ବଲପୁର, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ ଏବଂ ୧୫ତାରିଖରେ ନୂଆପଡ଼ା, କଳାହାଣ୍ଡି, ବୌଦ୍ଧ, ମୟୂରଭଞ୍ଜ, ଅନୁଗୋଳ, ଝାରସୁଗୁଡ଼ା, ନବରଙ୍ଗପୁରରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏ ସମସ୍ତ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ଅନ୍ୟପକ୍ଷେ ଗତ ୨୪ଘଣ୍ଟାରେ କେବଳ ମାଲକାନଗିରିରେ ୧୫.୨ ମି.ମି. ଓ କୋରାପୁଟରେ ୪ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri