୩ ଜିଲାରେ ପ୍ରବଳ ବର୍ଷିବ, ୧୭ ଜିଲାକୁ ବଜ୍ରପାତ ସତର୍କତା

ଭୁବନେଶ୍ୱର,୪ା୮ (ଅନୁରାଧା ମହାରଣା):ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୫୨.୬ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବାଲେଶ୍ୱରରେ ୧୪.୦ ମିମି, ଭଦ୍ରକରେ ୧୦.୦ ମିମି, କେନ୍ଦ୍ରପଡ଼ାରେ ୬.୪ ମିମି, ରାଉରକେଲାରେ ୩.୧ ମିମି, ଯାଜପୁରରେ ୧.୫ ମିମି, ଭୁବନେଶ୍ୱରରେ ୧.୪ ମିମି, ହୀରାକୁଦ ଓ ଝାରସୁଗୁଡ଼ାରେ ୦.୪ ମିମି ବର୍ଷା ହୋଇଛି। ସୋମବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ଢେଙ୍କାନାଳ, ସୁନ୍ଦରଗଡ଼ ଓ ମୟୂରଭଞ୍ଜରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନର ଆଶଙ୍କା ରହିଛି। ଅନ୍ୟପଟେ ବଜ୍ରପାତ ଭୟ ଥିବା ୧୭ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକ ହେଉଛି – ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri