୭ ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା, ୨୪ ଘଣ୍ଟାରେ…

ଭୁବନେଶ୍ୱର,୩।୭: ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ୭ଟି ଜିଲାକୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଏହି ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ଆହୁରି ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷିବ । ଲଘୁଚାପ ସକ୍ରିୟ ରହିଥିବାରୁ ପ୍ରବଳ ବର୍ଷା ହେବ । ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।  ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ଝଡ଼ପବନ ହେବାର ଆଶଙ୍କା ରହିଛି। ପାଣିପାଗ ବିଭାଗ ଅନୁଯାୟୀ, କିଛି ସ୍ଥାନରେ ୭୦ରୁ ୨୦୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହା ସହିତ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୧୧ ଜିଲ୍ଲା ହେଉଛି ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର । ଏ ସବୁ ଜିଲ୍ଳାରେ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି ହୋଇଛି।

ଜୁଲାଇ ୫ ତାରିଖ ପରେ ବର୍ଷାର ପରିମାଣ ବଢିବ । ପୁଣି ଏକ ଲଘୁଚାପ ଆସିବାର ସମ୍ଭାବନା ମଧ୍ୟ ରହିଛି । ଏହି ସମୟରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri