ମଙ୍ଗଳବାର ୭ ଜିଲାରେ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୯।୮: ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨ ଦିନ ପରେ କେତେକ ଅଞ୍ଚଳରେ ବର୍ଷାର ପରିମାଣ କମିପାରେ। ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ୭ ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସୂଚନା ଥାଉକି, ସୋମବାର ରାୟଗଡ଼ାରେ ସର୍ବାଧିକ ୪୨.୦୦ ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ ତାଳଚେରରେ ୧୩ ମି.ମି. ଓ ମାଲକାନଗିରିରେ ୧୧.୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ଏହାବ୍ୟତୀତ ଅନ୍ୟାନ୍ୟ ଜିଲାରେ କାଁ ଭାଁ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri