୨୩ରେ ଅବପାତ ରୂପ ନେବ ଘୂର୍ଣ୍ଣିବଳୟ: ପ୍ରବଳ ବର୍ଷା ପବନ ସହ ବଜ୍ରପାତ, ଏସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦ା୧୦: ଆସୁଛି ଲଘୁଚାପ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ୨୩ ତାରିଖରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ୩୦-୪୦ କିମି ବେଗରେ ପବନ ସମ୍ଭାବନା ଥିବା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, ରାୟଗଡ଼ା ଓ କୋରାପୁଟ ଜିଲାରେ ବଜ୍ରପାତ ସହ ଝଡ଼ପବନ ହୋଇପାରେ। ସେହିପରି ୨୧ ଅକ୍ଟୋବରରେ ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାରେ ବଜ୍ରପାତ ସହ ଝଡ଼ପବନ ହୋଇପାରେ।

ତେବେ ଅକ୍ଟୋବର ଆଜି ଏବଂ ଆସନ୍ତକାଲି କଳାହାଣ୍ଡି ଓ କନ୍ଧମାଳ ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଥିବାବେଳେ ବଜ୍ରପାତ ସମୟରେ ଘରୁ ନ ବାହାରିବା ପାଇଁ ଅନୁରୋଧ କରିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri