ଏହି ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସାଙ୍ଗକୁ ପବନ: ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୭ା୫(ଅନୁରାଧା ମହାରଣା):ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨ଦିନରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାସହ ଏକ ଟ୍ରପ ଲାଇନ୍‌ ମଧ୍ୟ ସକ୍ରିୟ ହୋଇପାରେ। ଫଳରେ ୨୭ ତାରିଖରୁ ୩୦ ତାରିଖ ଯାଏ ୪ଦିନ ରାଜ୍ୟରେ ଭାରି ବର୍ଷା ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲାକୁ ଆଲର୍ଟ ଜାରି କରାଯାଇଛି। ଏଥିସହ ୨୯ରୁ ଜୁନ୍‌ ୧ ଯାଏ ପ୍ରବଳ ବର୍ଷା ସହ ୫୦ କି.ମି. ବେଗରେ ପବନ ବହିପାରେ। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ବାରଣ କରାଯାଇଛି। ଏହା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ଓଡ଼ିଶାରେ ମୌସୁମୀ ଆଗମନ ନେଇ ସ୍ଥିତି ଅନୁକୂଳ ରହିବ। ସୂଚନାନୁସାରେ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ହେଉଥିବାବେଳେ ଆଗାମୀ ୫ ଦିନ ଯାଏ ବର୍ଷା ଲାଗିରହିବ। ମଙ୍ଗଳବାର ସମସ୍ତ ଜିଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଉତ୍ତର ଓଡ଼ିଶା ସମେତ ଉପକୂଳବର୍ତ୍ତୀ ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେସବୁ ଜିଲା ହେଲା କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri