ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି ସ୍ଥାନରେ ବର୍ଷା ହେଉଥିଲେ ମଧ୍ୟ ଆଗକୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ୩୦ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାକୁ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୂଚନା ଦିଆଯାଇଛି। ତେବେ ମୌସୁମୀର ଦୁର୍ବଳ ସ୍ଥିତି ଯୋଗୁ ଗତ କିଛିଦିନ ଧରି ଅନେକ ସ୍ଥାନରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ବର୍ତ୍ତମାନର ପାଣିପାଗ ମଡେଲ ଅନୁସାରେ, ଆଗାମୀ ଦିନରେ ରାଜ୍ୟରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର…

ବିଶ୍ୱ ଜନଜାତି ଦିବସରେ ଗର୍ଜିଲେ ଅଧିବାସୀ, କନ୍ଧମାଳ ମେଡିକାଲ କଲେଜର ନାମ ପରିବର୍ତ୍ତନକୁ ବିରୋଧ

ଦାରିଙ୍ଗବାଡି,୯ା୮(ଅରୁଣ ସହୁ ): ବିଶ୍ୱ ଜନଜାତି ଦିବସ ରବିବାର ପାଳିତ ହୋଇଯାଇଛି । ଏହି ଅବସରରେ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଶତାଧିକ ମହିଳା, ପୁରୁଷ…

ଧରିତ୍ରୀର ପ୍ରଭାବ; ତତ୍ପରତା ଦେଖାଇଲେ ବିଦ୍ୟୁତ କର୍ମଚାରୀ, ସଫେଇ ହେଲା ଟ୍ରାନ୍ସଫର୍ମର ନିକଟ ଗଛ

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲି ଗଛରେ ଆଚ୍ଛାଦିତ ହୋଇ ରହିଥିଲା ।…

ଏନ୍‌ପିଏସ୍‌ ଶିକ୍ଷକ ସଂଘ ଶିକ୍ଷକଙ୍କ ଦୁଃଖ, ୨୨ ବର୍ଷ ଶିକ୍ଷାଦାନ ପରେ ମିଳୁଛି ୩ ହଜାର ପେନସନ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଦୀର୍ଘ ୨୨ ବର୍ଷ ଧରି ଶିକ୍ଷାଦାନ କରିବା ପରେ ଅବସର ନେଉଥିବା ଏନ୍‌ପିଏସ୍‌ ଶିକ୍ଷକଙ୍କୁ ମିଳୁଛି ମାତ୍ର ୩ ହଜାରରୁ ଅଧିକ ଟଙ୍କାର ପେନସନ।…

ପିଇଓ ସଙ୍ଘର କର୍ମକର୍ତ୍ତା ଚୟନ, ଦାୟିତ୍ୱ ନେଲେ ପଦାଧିକାରୀ

କୋରାପୁଟ,୯।୮(ଅମିତାଭ ବେହେରା): ନିଖିଳ ଉତ୍କଳ କୋରାପୁଟ ଜିଲା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସଙ୍ଘର ପୁନର୍ଗଠନ ତଥା ନୂତନ କମିଟି ଗଠନ ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।…

ସଂସଦରେ ହଟ୍ଟଗୋଳ; ପ୍ରଧାନମନ୍ତ୍ରୀଙ୍କ ଉପରକୁ ବିରୋଧୀ ଏମପିଙ୍କ ଅଣ୍ଡାମାଡ଼, ତାପରେ….

ପ୍ରିଷ୍ଟିନା,୯ା୮: କୋସୋଭୋର ସଂସଦରେ ଶନିବାର ଜୋରଦାର ହଙ୍ଗାମା ଦେଖିବାକୁ ମିଳିଛି। ସଂସଦୀୟ କାର୍ଯ୍ୟବାହୀ ଚାଲିଥିବା ସମୟରେ ଜଣେ ବିରୋଧୀ ଏମପି କାର୍ଯ୍ୟବାହୀ ପ୍ରଧାନମନ୍ତ୍ରୀ ଆଲବିନ କୁର୍ତିଙ୍କ ଉପରକୁ…

ଘରେ ପଶି ଗୀତାଞ୍ଜଳିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ବିବାହ ନ କରି ରହୁଥିଲେ ଏକାକୀ, ଗାଁରେ ପଡ଼ିଛି ଚହଳ…

ବଲାଙ୍ଗୀର,୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଅନ୍ତର୍ଗତ ଖମାର ମୁଣ୍ଡା ଗ୍ରାମଠାରେ ଜଣେ ଅବିବାହିତା ମହିଳା ଏକୁଟିଆ ଘରେ ଥିବା ବେଳେ ଦୁର୍ବୃତ୍ତ ଘରକୁ…

ଖେଳୁଖେଳୁ ଦୁଇ ଶିଶୁଙ୍କ ଆଖି ସାମ୍ନାରେ ହଠାତ୍‌ ଦବିଗଲା ମାଟି, ୧୦ ଫୁଟ ଗର୍ତ୍ତ ଦେଖି ଆତଙ୍କିତ ଗ୍ରାମବାସୀ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କନ୍ଧମାଳ ଜିଲାର ରାଇକିଆ ବ୍ଲକ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମରେ ଭୂସ୍ଖଳନ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri