ଭୁବନେଶ୍ୱର,୨୭ା୪: ରାଜ୍ୟର ବଦଳିବ ପାଗ। ମେ’ ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ଝଟ୍କା ପବନ ମଧ୍ୟ ବହିବ। ଏଥିସହିତ ସ୍ଥାନେସ୍ଥାନେ କୁଆପଥର ପଡ଼ିବାର ବି ସମ୍ଭ ରହିଥିବା ପାଣିପାଗ ବିଭାଗ ସତର୍କ କରାଇଛି।
ଖରାପ ପାଗ ସମୟରେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନିଅନ୍ତୁ, ଗଛ ତଳେ ଆଶ୍ରୟ ନିଅନ୍ତୁ ନାହିଁ। ବିଦ୍ୟୁତ୍ ପରିବହନ କରୁଥିବା ସମସ୍ତ ବସ୍ତୁଠାରୁ ଦୂରେଇ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।