୨୪ଘଣ୍ଟାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା, ଆର୍ଲଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨।୪: ପାଣିପାଗକୁ ନେଇ ବଡ଼ ଅପଡେଟ । ଆସୁଛି ବଡ଼ ବର୍ଷା । କେବଳ ସେତିକି ନୁହେଁ ୫ ଦିନ ଯାଏ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠୁ ପାଗରେ ପରିବର୍ତ୍ତନ ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଏପ୍ରିଲ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ବିଜୁଳି ଘଡଘଡି ନେଇ ମଧ୍ୟ ସତର୍କ କରାଇଛି ପାଣିପାଗ ବିଭାଗ ।

ଆସନ୍ତା ଏପ୍ରିଲ ୩ ତାରିଖରେ କାଳବେଶାଖୀ ବର୍ଷାକୁ ନେଇ ୯ଟି ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୫ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କୁଆପଥର ବର୍ଷା ହେବା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୯ ଜିଲା ହେଉଛି: ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର ଓ କୋରାପୁଟ । ସେହିଭଳି ୟେଲୋ ଆଲର୍ଟ ଜାରି କରାଯାଇଥିବା ୫ ଜିଲା ହେଉଛି ବରଗଡ, ସୋନପୁର, ବଲାଙ୍ଗିର, ନୂଆପଡା ଓ ମାଲକାନାଗିରି ।

ସେହିଭଳି ଏପ୍ରିଲ ୪ରୁ ୫ ତାରିଖ ଯାଏ ଉପକୂଳବର୍ତ୍ତୀ ଜିଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ଓ ପବନ ସହ କୁଆପଥର ବର୍ଷା ହେବା ନେଇ ୮ଟି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିଭଳି ୧୨ ଜିଲ୍ଲାକୁ ୟେଲୋ ଜୋନରେ ରଖାଯାଇଛି । ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୮ ଜିଲା ହେଉଛି: ମାଲକାନାଗିରି, କୋରାପୁଟ, ରାୟଗଡ, ଅନୁଗୁଳ, କେଉଁଝର, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ବର । ସେହିଭଳି ୟେଲୋ ଜୋନରେ ଥିବା ୧୨ ଜିଲ୍ଲା ହେଉଛି: ଗଞ୍ଜାମ, ଗଜପତି, କନ୍ଧମାଳ, ବେଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡା ଓ ଜଗତସିଂପୁର ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

ମେଡିକାଲ ସିସିଟିଭି ଫୁଟେଜ୍‌ରେ ପୂରା ଘଟଣା : ଦିବ୍ୟାଙ୍ଗଙ୍କୁ ମାଡ ମାରିଥିବା ଡାକ୍ତରଙ୍କ ବିରୋଧରେ ମାମଲା: ରୁଜୁ 

ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡିକାଲକୁ ସାସ୍ଥ୍ୟ ପରୀକ୍ଷା କରିବାକୁ ଶୁକ୍ରବାର ଯାଇଥିବା ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଜଣେ ମହିଳା ଡାକ୍ତର ଆକ୍ରମଣ କରିଥିଲେ। ଏନେଇ…

ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୧୪।୩: ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆସନ୍ତା ରଥଯାତ୍ରା ଦାୟିତ୍ୱ ଦିଆଯାଇଛି। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୋଲିସ ମୁଖ୍ୟାଳୟ ସୂତ୍ରରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଆଇନଶୃଙ୍ଖଳା, ଟ୍ରାଫିକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri