୧୮ ତାରିଖ ଯାଏ ଭିଜିବ ଓଡ଼ିଶା: ଆଜି ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି…

ଭୁବନେଶ୍ୱର,୧୪।୮: ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର ଓ ବୌଦ୍ଧ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ସୋନପୁରକୁ ସତର୍କ କରାଯାଇଛି। ୧୮ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତାରେ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବୁଧବାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। କୋରାପୁଟରେ ସର୍ବାଧିକ ୨୪.୨ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଅଧିକାଂଶ ଜିଲାରେ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। । ତେବେ ଲଘୁଚାପଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସ୍ପଷ୍ଟ ଲଘୁଚାପର ରୂପ ନେଇ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri