୧୮ ତାରିଖ ଯାଏ ଭିଜିବ ଓଡ଼ିଶା: ଆଜି ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି…

ଭୁବନେଶ୍ୱର,୧୪।୮: ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର ଓ ବୌଦ୍ଧ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ସୋନପୁରକୁ ସତର୍କ କରାଯାଇଛି। ୧୮ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତାରେ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବୁଧବାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। କୋରାପୁଟରେ ସର୍ବାଧିକ ୨୪.୨ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଅଧିକାଂଶ ଜିଲାରେ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। । ତେବେ ଲଘୁଚାପଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସ୍ପଷ୍ଟ ଲଘୁଚାପର ରୂପ ନେଇ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri