ଆସନ୍ତା ୨ଦିନ ବଜ୍ରପାତ ସହ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର,୨୯।୭(ଅନୁରାଧା ମହାରଣା)- ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବୁଧବାର କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ କଟକ ଆଦି ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାକୁ ବଜ୍ରପାତ ଭୟ ରହିଛି। ଗୁରୁବାର ପର୍ଯ୍ୟନ୍ତ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅଗଷ୍ଟ ୫ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସମ୍ଭାବନା ଥିବାବେଳେ କୌଣସି ଓ୍ବାର୍ନିଂ ଜାରି କରାଯାଇନାହିଁ। ମଙ୍ଗଳବାର ଟିଟିଲାଗଡ଼ରେ ସର୍ବାଧିକ ୩୯.୦ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱରରେ ୩୭.୪ ମିମି, ନୂଆପଡ଼ାରେ ୨୩.୦ ମିମି, ବଲାଙ୍ଗୀରରେ ୨୨.୨ ମିମି, ଖୋର୍ଦ୍ଧାରେ ୧୨.୦ ମିମି, ଛତ୍ରପୁର ଓ ବାଲେଶ୍ୱରରେ ୧୦.୬ ମିମି ଲେଖାଏ ବର୍ଷା ହୋଇଥିବ


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?