ଆଜି ଏସବୁ ଜିଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୧ା୫: ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ମଙ୍ଗଳବାର ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଲଘୁଚାପ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ କି ନାହିଁ ତାହା ଏଯାଏ ସ୍ପଷ୍ଟ ହୋଇନାହିଁ। ତେବେ ବିଭିନ୍ନ ପାଣିପାଗ ମଡେଲ ଭିନ୍ନ ଭିନ୍ନ ତଥ୍ୟ ରଖୁଛନ୍ତି। ଅଧିକାଂଶ ମଡେଲ ବଙ୍ଗୋପସାଗରରେ ସିଷ୍ଟମ ଅଧିକ ଘନୀଭୂତ ହେବ ନାହିଁ ବୋଲି ଆକଳନ କରୁଛନ୍ତି। ଯଦିଓ ବାତ୍ୟା ନେଇ କୌଣସି ସ୍ପଷ୍ଟ ଚିତ୍ର ନାହିଁ, ତଥାପି ଏହି ସିଷ୍ଟମ୍‌ ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଉପକୂଳରେ ପାଗ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା, ବଜ୍ରପାତ ଓ ପବନ ବହିପାରେ ବୋଲି ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ଏବେ ରାଜ୍ୟରେ ଦିନରେ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଅପରାହ୍ନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହ ୧୫ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।

ସୋମବାର ଅପରାହ୍ନରେ ଢ଼େଙ୍କାନାଳ, ଗଜପତି ଓ କେନ୍ଦୁଝର ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଛି।

ସେହିପରି ମୟୂରଭଞ୍ଜ, ଅନୁଗୋଳ, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ୧୨ ତାରିଖରେ ମଧ୍ୟ ବିଭିନ୍ନ ଜିଲାକୁ କାଳବୈଶାଖୀ ସହ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍‌ ଉପରେ ଚପଲ ଓ ଛତା…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଆସନ୍ତା ୧୨ ଘଣ୍ଟା ଯାଏ…

ନୂଆଦିଲ୍ଲୀ,୨୪।୯: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଗଭୀର ଅବପାତ (Deep Depression) ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ…

ତାୱାରେ ପିଟି ସ୍ତ୍ରୀଙ୍କୁ ହତ୍ୟା: ଦେଢ଼ବର୍ଷ ତଳେ କରିଥିଲେ ପ୍ରେମ ବିବାହ

ଭୁବନେଶ୍ୱର,୨୪।୯ (ପ୍ରସନଜିତ୍‌ ସାହୁ):ରାଜଧାନୀ ଭୁବନେଶ୍ବରରେ ବୁଧବାର ସାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ନୟାପଲ୍ଲୀ ଗଡ଼ସାହିରେ ତାୱାରେ ପିଟି ଜଣେ ଯୁବକ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତାଙ୍କ…

ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪।୯: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କଳିଙ୍ଗପଟ୍ଟନମ ନିକଟରେ ରାତି ପ୍ରାୟ ସାଢ଼େ ୧୧ଟାରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?