ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୯।୬: ଉପକୂଳ ସହ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ସୋମବାର ୫ ଜିଲାକୁ ଅରେଞ୍ଜ ଓ ୨୫ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହିସବୁ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି କରାଯାଇଛି। ଅନୁଗୋଳ, କେନ୍ଦୁଝର, ମୟୁରଭଞ୍ଜକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବାଲେଣର ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ରାଜ୍ୟରୁ ମୌସୁମୀ ବର୍ଷା ଏକ ପ୍ରକାର ଉଭାନ ହୋଇଥିବାବେଳେ ଖରା ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିବାକୁ ଲାଗିଛି। ରବିବାର ସମ୍ବଲପୁର ୪୦.୬ ଡ୍ରିଗୀ ସେଲସିୟସ୍‌, ହୀରାକୁଦରେ ୪୦.୬, ଝାରସୁଗୁଡା ୪୦ରେ ରାଉରକେଲା ୩୮.୧, ଭୁବନେଶ୍ୱର ୩୭.୮, କେନ୍ଦୁଝର ୩୭.୩ ଓ ଚାନ୍ଦବାଲିରେ ୩୭.୩ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ ହୋଇଛି। ସୋମବାର ବଜ୍ରପାତ ସହ ଝଟ୍‌କା ପବନ ଆଶଙ୍କା ରହିଥିବାରୁ ୨୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୧ ଜିଲାରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ଲାଗି ରହିବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲାକୁ ମଧ୍ୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

 

Share
Tags: Rain alert