ଆଉ ଏକ ଲଘୁଚାପ, ୨୧ ଯାଏ ପ୍ରବଳ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି କଲା..

ଭୁବନେଶ୍ୱର,୧୬ା୮(ଅନୁରାଧା ମହାରଣା) – ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୭ ତାରିଖରେ ବିଭିନ୍ନ ଜିଲାକୁ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗର ସହିତ ଗଭୀର ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଥିବାବେଳେ ବଜ୍ରପାତ ପାଇଁ ସତର୍କ ସୂଚନା ଦିଆଯାଇଛି। ୧୮ରୁ ବର୍ଷା ବଢ଼ିବା ସମ୍ଭାବନା ଥିବାବେଳେ କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri