ଆଉ ଏକ ଲଘୁଚାପ, ୨୧ ଯାଏ ପ୍ରବଳ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି କଲା..

ଭୁବନେଶ୍ୱର,୧୬ା୮(ଅନୁରାଧା ମହାରଣା) – ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୭ ତାରିଖରେ ବିଭିନ୍ନ ଜିଲାକୁ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗର ସହିତ ଗଭୀର ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଥିବାବେଳେ ବଜ୍ରପାତ ପାଇଁ ସତର୍କ ସୂଚନା ଦିଆଯାଇଛି। ୧୮ରୁ ବର୍ଷା ବଢ଼ିବା ସମ୍ଭାବନା ଥିବାବେଳେ କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri