୧୦ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି : ୩ଦିନ ଏହିସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୯ା୧୦(ଅନୁରାଧା ମହାରଣା): ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ମାସର ପ୍ରଥମ ୮ଦିନରେ ରାଜ୍ୟରେ ହାରାହାରି ୮୬.୩ ମିମି ବର୍ଷା ରେକର୍ଡ ହୋଇଛି, ଯାହାକି ସମ୍ପୂର୍ଣ୍ଣ ମାସର ସ୍ବାଭାବିକ ବର୍ଷା ୧୧୨ ମିମିର ୭୭%। ଏହି ସମୟ ମଧ୍ୟରେ ୧୨ ଜିଲାରେ ସ୍ବାଭାବିକଠାରୁ ଅଧିକ (୨୦%ରୁ ୫୯%), ୧୭ ଜିଲାରେ ଅତ୍ୟଧିକ (୬୦% କିମ୍ବା ଏହାଠାରୁ ଅଧିକ) ଏବଂ ଗଞ୍ଜାମରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି। ବୁଧବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ହୋଇଛି। ଚାନ୍ଦବାଲିରେ ୧୩.୨ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଭୁବନେଶ୍ୱରରେ ୪୦.୯ ମିମି, ନୂଆପଡ଼ାରେ ୧୬ ମିମି, ନୟାଗଡ଼ ଓ ଭଦ୍ରକରେ ୫ ମିମି ଲେଖାଏ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଅନ୍ୟପଟେ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ୧୦ ତାରିଖବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଆଶଙ୍କା ରହିଥିଲେ ମଧ୍ୟ ଏଯାଏ କିଛି ସ୍ପଷ୍ଟ ହୋଇନାହିଁ। ତେବେ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଉତ୍ତର ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା, ତେଲଙ୍ଗାନା ଏବଂ ଦକ୍ଷିଣ ଛତିଶଗଡ଼ରେ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। ଉତ୍ତର-ପୂର୍ବ ଝାଡ଼ଖଣ୍ଡ ଏବଂ ଏହାର ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଏହା ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri