୧୦ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି : ୩ଦିନ ଏହିସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୯ା୧୦(ଅନୁରାଧା ମହାରଣା): ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ମାସର ପ୍ରଥମ ୮ଦିନରେ ରାଜ୍ୟରେ ହାରାହାରି ୮୬.୩ ମିମି ବର୍ଷା ରେକର୍ଡ ହୋଇଛି, ଯାହାକି ସମ୍ପୂର୍ଣ୍ଣ ମାସର ସ୍ବାଭାବିକ ବର୍ଷା ୧୧୨ ମିମିର ୭୭%। ଏହି ସମୟ ମଧ୍ୟରେ ୧୨ ଜିଲାରେ ସ୍ବାଭାବିକଠାରୁ ଅଧିକ (୨୦%ରୁ ୫୯%), ୧୭ ଜିଲାରେ ଅତ୍ୟଧିକ (୬୦% କିମ୍ବା ଏହାଠାରୁ ଅଧିକ) ଏବଂ ଗଞ୍ଜାମରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି। ବୁଧବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ହୋଇଛି। ଚାନ୍ଦବାଲିରେ ୧୩.୨ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଭୁବନେଶ୍ୱରରେ ୪୦.୯ ମିମି, ନୂଆପଡ଼ାରେ ୧୬ ମିମି, ନୟାଗଡ଼ ଓ ଭଦ୍ରକରେ ୫ ମିମି ଲେଖାଏ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଅନ୍ୟପଟେ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ୧୦ ତାରିଖବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଆଶଙ୍କା ରହିଥିଲେ ମଧ୍ୟ ଏଯାଏ କିଛି ସ୍ପଷ୍ଟ ହୋଇନାହିଁ। ତେବେ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଉତ୍ତର ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା, ତେଲଙ୍ଗାନା ଏବଂ ଦକ୍ଷିଣ ଛତିଶଗଡ଼ରେ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। ଉତ୍ତର-ପୂର୍ବ ଝାଡ଼ଖଣ୍ଡ ଏବଂ ଏହାର ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଏହା ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri