୧୨ରେ ଲଘୁଚାପ, ୧୦ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୪।୭(ବ୍ୟୁରୋ): ଆସନ୍ତା ୧୨ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟରେ ୧୦ ତାରିଖରୁ ବର୍ଷାର ପରିମାଣ ବୃଦ୍ଧିପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୧ ତାରିଖରେ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ନେଇ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଜୁଲାଇ ୩ ସୁଦ୍ଧା ସ୍ବାଭାବିକଠାରୁ ୧୬% କମ୍‌ ବର୍ଷା ହୋଇଛି। ୧୨ ଜିଲାରେ କମ୍‌ ବର୍ଷା ହୋଇଥିବା ବେଳେ ୧୭ ଜିଲାେରେ ସ୍ବାଭାବିକ ବର୍ଷା ଏବଂ କେବଳ କୋରାପୁଟରେ ଅଧିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri