ତୀବ୍ର ଅବପାତର ପ୍ରଭାବ: ଦକ୍ଷିଣ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷୁଛି

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ମଙ୍ଗଳବାର ସକାଳେ କାକିନାଡ଼ା ନିକଟରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିଛି । ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ରାୟଗଡ଼ା, କଳାହାଣ୍ଡି, ଗଞ୍ଜାମ ଜିଲାରେ ମଧ୍ୟମ ଧରଣର ବର୍ଷା ହେଉଛି । ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଅବପାତର ପ୍ରଭାବ ଅପରାହ୍ନରେ କମିବ। ଅନ୍ୟପଟେ ତୀବ୍ର ଅବପାତ ପ୍ରଭାବରେ ନବରଙ୍ଗପୁର ଓ ଗଜପତି ଜିଲାରେ ପ୍ରବଳ ବର୍ଷା ହୋଇଛି। ଗଜପତିର ୪ଟି ବ୍ଲକରୁ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri