Posted inଜାତୀୟ

ଆସନ୍ତା ୯ ଯାଏ କର୍ନାଟକରେ ପ୍ରବଳ ବର୍ଷା: ସତର୍କ କଲା ଆଇଏମ୍‌ଡି

ବେଙ୍ଗାଲୁରୁ, ୫।୯: ବେଙ୍ଗାଲୁରୁ ଏବଂ ଉପକୂଳ କର୍ନାଟକର ବିଭିନ୍ନ ଅଞ୍ଚଳରେ ଆସନ୍ତା ୯ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତ ପାଣିପାଗ ବିଭାଗ (ଆଇଏମ୍‌ଡି) ସୋମବାର ପୂର୍ବାନୁମାନ କରିଛି। ଆଇଏମ୍‌ଡି ସୂଚନାନୁଯାୟୀ, ସେପ୍ଟେମ୍ବର ୫ ତାରିଖରୁ ୯ ତାରିଖ ଯାଏ ପ୍ରବଳ ବର୍ଷା ଯୋଗୁ କୋଡାଗୁ, ଶିବମୋଗା, ଉତ୍ତର କନ୍ନଡ, ଦକ୍ଷିଣ କନ୍ନଡ, ଉଦୁପି ଏବଂ ଚିକମାଗାଲୁର ଜିଲାକୁ ୟେଲୋ ଓ୍ବାନିର୍ଂ ଜାରି କରାଯାଇଛି। ସେହିପରି ଉପକୂଳବର୍ତ୍ତୀ ଅଞ୍ଚଳରେ ପବନ ହେବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଅନ୍ୟପଟେ, ବେଙ୍ଗାଲୁରୁରେ ରବିବାର ପ୍ରବଳ ବର୍ଷା ଯୋଗୁ ସହରର ଅନେକ ସ୍ଥାନରେ ପାଣି ଜମି ରହିଥିଲା। ମଙ୍ଗଳବାର ମଧ୍ୟ ବେଙ୍ଗାଲୁରୁରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହୋଇପାରେ ବୋଲି ଆଇଏମ୍‌ଡି କହିଛି। ଏଥିସହ କାବେରୀ ନଦୀରୁ ବିଶୋଧନ କରି ଜଳ ଯୋଗାଣ କରୁଥିବା ପାଣି ପ୍ରଳଳ୍ପ ପାଣିରେ ବୁଡି ଯାଇଛି। ଫଳରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ତେଣୁ ସହରର କିଛି ଅଞ୍ଚଳରେ ପାନୀୟ ଜଳ ଯୋଗାଣ ମଧ୍ୟ ଦୁଇ ଦିନ ବନ୍ଦ ରହିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri