କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି ସମୟରେ ଜିଲାରେ ୪୬୧ ମିମି ବର୍ଷା ହୋଇଥିବାବେଳେ ଭବାନୀପାଟଣା ବ୍ଳକରେ ସର୍ବାଧିକ ୬୨ମିମି ବର୍ଷା ରେକର୍ଡ କରାଯାଇଛି ।

ବର୍ଷା ଯୋଗୁଁ ଭବାନୀପାଟଣା -ଜୁନାଗଡ଼ ଜାତୀୟ ରାଜପଥ NH 26 ମଧ୍ୟରେ ଥିବା ବାଦଲି ନିକଟରେ ଏକ ବିରାଟ ଗଛ ପଡ଼ି ଦୀର୍ଘ ସମୟ ଧରି ରାଜରାସ୍ତା ଅବରୋଧ ହୋଇଥିଲା। ଫଳରେ ଉଭୟ ପାର୍ଶ୍ଵରେ ଶତାଧିକ ଯାନବାହାନ ଚଳାଚଳ କରି ନ ପାରି ଅଟକି ରହିଥିବା ଦେଖିବାକୁ ମିଳିଛି ।

ଖବର ପାଇ ଓଡ୍ରାଫ ଟିମ ଘଟଣାସ୍ଥଳକୁ ଆସି ଗଛକୁ ହଟାଉଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ବର୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜିଲାର ସମସ୍ତ ସରକାରୀ/ବେସରକାରୀ ସ୍କୁଲ ଛୁଟି ଘୋଷଣା କରିଥିଲେ ଜିଲାପାଳ । ତେବେ ଆସନ୍ତାକାଲି ଗୁରୁବାର ମଧ୍ୟ ଜିଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ ଆଶଙ୍କା କରି ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତାକୁ ଧ୍ୟାନରେ ରଖି ଜିଲାର ସମସ୍ତ ସରକାରୀ/ବେସରକାରୀ ଶିକ୍ଷାନୁଷ୍ଠାନ ଏବଂ ସମସ୍ତ ଅଙ୍ଗନୱାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ ପାୱାର ସଚିନ ପ୍ରକାଶ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?