ଓଡ଼ିଶାରେ ଆଗାମୀ ୫ ଦିନ ପ୍ରବଳ ବର୍ଷା: IMD ଜାରି କଲା ଚେତାବନୀ

ଭୁବନେଶ୍ୱର,୩ା୮: ଭାରତୀୟ ପାଣିପାଗ ବିଭାଗ (IMD) ରାଜ୍ୟରେ ଆଗାମୀ ୫ ଦିନ, ଅର୍ଥାତ୍ ଅଗଷ୍ଟ ୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ଝଡ଼ବଳା ପବନ ସହ ବିଜୁଳି ହେବାର ସମ୍ଭାବନା ଥିବା ନେଇ ହଳଦିଆ ଚେତାବନୀ ଜାରି କରିଛି। ଏକ ମୌସୁମୀ ଅବପାତ ବଙ୍ଗୋପସାଗରର ଉତ୍ତର-ପୂର୍ବ ଆଡ଼କୁ ଗତି କରୁଥିବାରୁ ଏହି ପାଗ ପୂର୍ବାନୁମାନ କରାଯାଇଛି।

ଏହାର ପ୍ରଭାବରେ ରବିବାର ଉତ୍ତର ଓଡ଼ିଶାର କେତେକ ଅଞ୍ଚଳରେ ଏବଂ ଦକ୍ଷିଣ ଓଡ଼ିଶାର ଏକ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଧେନକାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାରେ ଘଡ଼ଘଡ଼ି ସହ ୩୦-୪୦ କିମି ବେଗରେ ଝଡ଼ବଳା ପବନ ଓ ବିଜୁଳି ହେବାର ସମ୍ଭାବନା ରହିଛି।

ସୋମବାର ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଧେନକାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲାରେ ଘଡ଼ଘଡ଼ି ସହ ଝଡ଼ବଳା ପବନ ଓ ବିଜୁଳି ହେବାର ସମ୍ଭାବନା ରହିଛି।

IMD ଅନୁସାରେ, ଶନିବାର ନୟାଗଡ଼ରେ ସର୍ବାଧିକ ୩୭.୦ ଡିଗ୍ରୀ ସେଲସିୟସ୍ ଏବଂ ଫୁଲବାଣୀ ଓ ନବରଙ୍ଗପୁରରେ ସର୍ବନିମ୍ନ ୨୨.୦ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ ହୋଇଥିଲା। ଜନସାଧାରଣଙ୍କୁ ସତର୍କ ରହିବାକୁ ଓ ସୁରକ୍ଷା ପଦକ୍ଷେପ ନେବାକୁ IMD ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି।…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri