ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା: ଆସନ୍ତା ୩ଦିନ ମଧ୍ୟରେ…

ଭୁବନେଶ୍ୱର,୨୫ା୨(ବନ୍ଦନା ସେଠୀ): ଓଡ଼ିଶାର ଉତ୍ତର-ଉପକୂଳ ଏବଂ ଏହାର ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ୧.୫କି.ମି. ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ରାଜଧାନୀ ଭୁବନେଶ୍ୱରରେ ଅପରାହ୍ନ ୫ଟାରୁ ୬ଟା ପର୍ଯ୍ୟନ୍ତ ଘଣ୍ଟାଏ କାଳ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଦିନସାରା ପାଗ ଠିକ୍‌ ଥିଲା, ମାତ୍ର ଅପରାହ୍ନ ୫ଟା ବେଳକୁ ହଠାତ୍‌ କଳାହାଣ୍ଡିଆ ମେଘ ଘୋଟିଆସି ପ୍ରବଳ ବର୍ଷା ହୋଇଥିଲା। ଘଡ଼ଘଡ଼ି ସାଙ୍ଗକୁ ଜୋରରେ ପବନ ବହିଥିଲା। କେତେକ ସ୍ଥାନରେ ଗଛ ଭାଙ୍ଗିଥିବାବେଳେ ରାସ୍ତାଘାଟରେ ପାଣି ଜମିରହିଥିଲା। ପାତ୍ରପଡ଼ା ଆଇଗିଣିଆ ଦୁର୍ଗାମଣ୍ଡପ ପାଖରେ ପବନରେ ହୋର୍ଡିଂ ଭାଙ୍ଗିପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। କଟକ ସମେତ ଅନ୍ୟାନ୍ୟ ଜିଲାରେ ମଧ୍ୟ ଅନୁରୂପ ଭାବେ ବର୍ଷା ପବନ ହୋଇଥିବାବେଳେ ବ୍ୟାପକ କ୍ଷୟକ୍ଷତି ଘଟିଛି।
ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ଘଣ୍ଟାରେ ମୟୂରଭଞ୍ଜ ଜିଲାର ଯଶିପୁରରେ ସର୍ବାଧିକ ୪୦.୪ ମି.ମି. ବର୍ଷା ଏବଂ ଭୁବନେଶ୍ୱରରେ ୧୭.୬ ମି.ମି ବର୍ଷା ରେକର୍ଡ ହୋଇଥିବା ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝର ଜିଲାର ଚମ୍ପୁଆରେ ୨୯.୪ ମି.ମି., ଗଜପତି ଜିଲା ଆର୍‌.ଉଦୟଗିରିରେ ୨୮.୨ମି.ମି., ମୟୂରଭଞ୍ଜ ଜିଲାର ନଓ୍ବାନାରେ ୧୮.୨ ମି.ମି., କୋରାପୁଟର ପଟ୍ଟାଙ୍ଗୀରେ ୧୧.୨ମି.ମି., ମୟୂରଭଞ୍ଜର ବାଲିମୁଣ୍ଡଳୀରେ ୯.୬ ମି.ମି., ସମ୍ବଲପୁରର ବୁର୍ଲାରେ ୭.୮ମି.ମି., ନୂଆପଡ଼ାର ସିନାପଲ୍ଲୀରେ ୯.୬ମି.ମି., ବରଗଡ଼ରେ ୫.୬ମି.ମି. ଏବଂ ମୟୂରଭଞ୍ଜର ଜି.ବି.ନଗରଠାରେ ୫ମି.ମି. ବର୍ଷା ରେକର୍ଡ ହୋଇଛି।
ଅପରପକ୍ଷେ ଆସନ୍ତା ୩ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ଡିଗ୍ରୀ କମିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ବୁଧବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦାରିଙ୍ଗିବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୪ଡିଗ୍ରୀ ରହିଥିବାବେଳେ ସମତଳ ଅଞ୍ଚଳ ଭାବେ କୋରାପୁଟରେ ୧୫.୬ ଡିଗ୍ରୀ ଏବଂ ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିଠାରେ ୩୬.୬ଡିଗ୍ରୀ ରେକର୍ଡ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri