ଲଗାଣ ବର୍ଷା: ବାଲେଶ୍ୱର ସହର ସ୍ଥିତି ଅସମ୍ଭାଳ

ବାଲେଶ୍ୱର ଅଫିସ,୧୨।୮-ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସହରରେ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ଜିଲାରେ ବୁଧବାର ଅପରାହ୍ନ ୩ଟାରୁ ପ୍ରବଳ ବର୍ଷା ଆରମ୍ଭ ହୋଇଥିଲା। ପରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ଲାଗି ରହିଥିଲା। ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଲଗାଣ ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନରେ ମୁଖ୍ୟରାସ୍ତା ଉପରେ ଅଣ୍ଟାଏ ଉଚ୍ଚର ପାଣି ଚାଲୁଥିବା ବେଳେ ସଡ଼କ ପାର୍ଶ୍ୱରେ ଥିବା ଦୋକାନଗୁଡ଼ିକରେ ପଶି ଲକ୍ଷାଧିକ ଟଙ୍କାର ବିଭିନ୍ନ ସାମଗ୍ରୀ ନଷ୍ଟ ହୋଇଯାଇଛି।
ସହରର ମୁଖ୍ୟ ଆଜିମାବାଦ ରାସ୍ତା, ଗଡ଼ଗଡ଼ିଆ, ଜେଲରୋଡ୍‌, କଂଗ୍ରେସଗଳି, ରାଣୀପାଟଣା, ମୋତିଗଞ୍ଜ ବଜାର, ଫାଣ୍ଡିଛକର ନ୍ୟୁ ମାର୍କେଟ୍‌, ଚିଡ଼ିଆପୋଲ ନିକଟସ୍ଥ ଦୋକାନ, ବସ୍‌ଷ୍ଟାଣ୍ଡରୁ ରେମୁଣା ରାସ୍ତା, ମାନସିଂବଜାର, ଏଡିଏମ୍‌ ଛକରୁ ଟେକ୍ନିକାଲ ପଡ଼ିଆ ରାସ୍ତା, ଗୋପାଳଗଁା ପ୍ରମୁଖ ରାସ୍ତାରେ ପାଣି ସୁଅ ଦେଖିବାକୁ ମିଳିଥିଲା। ମହାନାଳ ଓ ନାଳକୁ ଠିକ୍‌ ଭାବେ ସଫା କରାଯାଇ ନ ଥିବାରୁ ବାରମ୍ବାର ବର୍ଷାରେ ଏଭଳି ସ୍ଥିତି ସୃଷ୍ଟି ନେଇ ଅଭିଯୋଗ ହେଉଛି। ଦମକଳ ବାହିନୀ କେତେକ ସ୍ଥାନରେ ଜଳ ନିଷ୍କାସନ କାର୍ଯ୍ୟରେ ନିୟୋଜିତ ରହିଛନ୍ତି। ପ୍ରଶାସନିକ ଅଧିକାରୀମାନେ କେତେକ ସ୍ଥାନରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri