ଆଜି ଏସବୁ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରି କହିଲା…

ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଲାଗିରହିଛି। ଗୁରୁବାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ ଏବଂ ଭଦ୍ରକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ପ୍ରବଳ ବର୍ଷା ନେଇ ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ ଓ ଦେବଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ବଜ୍ରପାତ ପାଇଁ ସତର୍କ ରହିବାକୁ କଟକ, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅଗଷ୍ଟ ୧ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ସତର୍କ କରାଯାଇଛି।

ସୂଚନା ଥାଉକି, ବୁଧବାର ଭଦ୍ରକରେ ସର୍ବାଧିକ ୪୩ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଯାଜପୁରରେ ୨୫ ମିମି. ଚାନ୍ଦବାଲିରେ ୨୪.୪ ମିମି, କେନ୍ଦୁଝରରେ ୮.୮ ମିମି, ବାରିପଦାରେ ୫.୮ ମିମି, କେନ୍ଦ୍ରାପଡ଼ାରେ ୬ ମିମି ଏବଂ ବାଲେଶ୍ୱରରେ ୩ ମିମି ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri