ଆଜି ଏସବୁ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮ା୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କିଛିଦିନ ହେବ ବର୍ଷା ଲାଗି ରହିଥିବାବେଳେ ଆଜି ଅର୍ଥାତ୍‌ ଶନିବାର ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଏହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ ମୟୂରଭଞ୍ଜ। ଏନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ତେବେ ବଜ୍ରପାତ ଓ ଝଟ୍‌କା ପବନ ନେଇ ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ତେବେ ଆସନ୍ତାକାଲି ଉତ୍ତର-ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ୩୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ଶୁକ୍ରବାର ଭଦ୍ରକରେ ୧୭.୨ ମିମି, ଭବାନୀପାଟଣାରେ ୧୩,୨ ମିମି, ଦାରିଙ୍ଗିବାଡ଼ିରେ ୧୨.୦ ମିମି, ଚାନ୍ଦବାଲିରେ ୮.୯ ମିମି ଏବଂ ଯାଜପୁରରେ ୮.୦ ମିମି ବର୍ଷା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri