Posted inଜାତୀୟ

ମୁଷଳଧାରା ବର୍ଷା, ୧୮ଜଣଙ୍କ ମୃତ୍ୟୁ…

ଥିରୁଭାନନ୍ତପୁରମ୍‌,୧୭।୧୦: କରୋନା ମହାମାରୀ ସଂକ୍ରମଣ ଯୋଗୁ କେରଳରେ ସଙ୍କଟ ସୃଷ୍ଟି ହୋଇଥିଲା। ଏବେ ପ୍ରବଳ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ସ୍ଥିିତି ସୃଷ୍ଟି ହୋଇଛି। ମୁଷଳଧାରା ବର୍ଷାରେ ଭାସିଯାଇ ଇତିମଧ୍ୟରେ ରାଜ୍ୟରେ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ୧୨ରୁ ଅଧିକ ଲୋକ ନିଖୋଜ ରହିଛନ୍ତି।

ଶନିବାର ଦିନ କେରଳର ଦକ୍ଷିଣ ଏବଂ ମଧ୍ୟ ଭାଗରେ ପ୍ରବଳ ବର୍ଷା ହୋଇଛି। ଏହି କାରଣରୁ ଅନେକ ସ୍ଥାନରେ ଫ୍ଲାସ ବନ୍ୟା ଏବଂ ଭୂସ୍ଖଳନ ଘଟିଛି। ଉଦ୍ଧାର କାର୍ଯ୍ୟ ପାଇଁ ରାଜ୍ୟ ସରକାର ସେନାର ସହାୟତା ଲୋଡିିଛନ୍ତି। କୋଟାୟାମ, ଇଡୁକ୍କି ଏବଂ ପଥନମଥିଟା ଜିଲାର ପାହାଡିଆ ଅଞ୍ଚଳରେ ସଙ୍କଟ ବଢ଼ିବାରେ ଲାଗିଛି। ଏଠାରେ ୨୦୧୮ ଏବଂ୨୦୧୯ରେ ଭୟଙ୍କର ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଥିଲା।

ପରିସ୍ଥିତି ନିୟନ୍ତ୍ରଣରେ ଅଛି ଏବଂ ଆତଙ୍କିତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ବିପର୍ଯ୍ୟୟ ପରିଚାଳନା ଅଧିକାରୀମାନେ କହିଛନ୍ତି। ତେବେ ବନ୍ୟା ଓ ଖରାପ ପାଗ ଯୋଗୁଁ ରାଜ୍ୟ ପୋଲିସ ଏବଂ ଅଗ୍ନିଶମ ବିଭାଗର ରିଲିଫ ଟିମ ପ୍ରଭାବିତ ଅଞ୍ଚଳରେ ପହଞ୍ଚିିପାରି ନାହାନ୍ତି।

କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟଙ୍କ ଅନୁଯାୟୀ ପରିସ୍ଥିତି ଗୁରୁତର ରହିଛି। ଏହା ସହିତ ସେ କହିଛନ୍ତି ଯେ ବର୍ତ୍ତମାନର ପାଣିପାଗ ପୂର୍ବାନୁମାନ ସୂଚାଉଛି ଯେ ସ୍ଥିତି ଅଧିକ ଖରାପ ହେବ ନାହିଁ। ସେନା, ବାୟୁସେନା ଏବଂ ନୌସେନା କର୍ମଚାରୀମାନେ କୋଟାୟାମର କୁଟ୍ଟିକାଲ ଏବଂ ଇଡୁକିରେ ପେରୁଓ୍ବନଥାନମ ପାହାଡ଼ିଆ ଗ୍ରାମରେ ପହଞ୍ଚିଛନ୍ତି।

ପ୍ରତିରକ୍ଷା ମୁଖପାତ୍ରଙ୍କ ଅନୁଯାୟୀ, ଏମ୍‌ -୧୭ ଏବଂ ସାରଙ୍ଗ ହେଲିକପ୍ଟରକୁ ପ୍ରସ୍ତୁତ ରଖାଯାଇଛି। କୋଟ୍ଟାୟାମ ଜିଲାର କାଞ୍ଜିରପନଲ୍ଲୀରେ ଥିବା ପାଙ୍ଗୋଡ ସାମରିକ ବେସରୁ ଏକ ଉଦ୍ଧାରକାରୀ ଦଳଙ୍କୁ ପଠାଯାଇଛି। ଏଥିରେ ଜଣେ ଅଧିକାରୀ, ଦୁଇ ଜଣ ଜେସିଓ ଏବଂ ୩୦ ଜଣ ଯବାନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri