ପ୍ରବଳ ଝଡ଼ତୋଫାନ ସହ ବର୍ଷା: ଭାଙ୍ଗିଲା ଯାତ୍ରା ତୋରଣ,ବ୍ୟାପକ କ୍ଷୟକ୍ଷତି

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରବିବାର ରାତି ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏହାର କିଛି ସମୟ ପରେ ପୁଣି ବର୍ଷା ହୋଇଥିଲା। ଝଡ଼ତୋଫାନ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ବେଲଗୁଣ୍ଠା ରୋଡ୍‌ ଏବଂ ଗାଈ ଫାର୍ମ ସମ୍ମୁଖରେ ହୋଇଥିବା ଦୁଇଟି ତୋରଣ ଭାଙ୍ଗି ଯାଇଛି। ଏଥିସହ ଅନେକ ରାସ୍ତାରେ ଛୋଟ ବଡ଼ ଗଛ ଭାଙ୍ଗି ରାସ୍ତା ଉପରେ ପଡ଼ିଥିଲା। ଫଳରେ ସହରରେ କିଛି ସମୟ ଯାତାୟତରେ ବ୍ୟାହତ ହୋଇଥିଲା।
ଦମକଳ ବାହିନୀ ଏବଂ ଟାଟା ପାଓ୍ବାର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗଛଗୁଡ଼ିକୁ କାଟି ବାହାର କରିଥିଲେ। ଏହାପରେ ଗମନାଗମନ ସ୍ବାଭାବିକ ହୋଇଥିଲା।

ବର୍ଷା ପାଇଁ ଅନେକ ସ୍ଥାନରେ ବିଦ୍ୟୁତ ତାର ଛିଣ୍ଡି ଯାଇଛି। ଟାଟା ପାଓ୍ବାର କର୍ମଚାରୀ ବିଦ୍ୟୁତ ସେବାକୁ ସ୍ବାଭାବିକ କରିବା ପାଇଁ ଚେଷ୍ଟା ଚଳାଇଛନ୍ତି। ସକାଳ ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ବାଭାବିକ ହୋଇପାରିନାହିଁ। ଝଡ଼ ତୋଫାନ ଯୋଗୁ ଯାତ୍ରାର ବ୍ୟାପକ କ୍ଷୟକ୍ଷତି ହୋଇଛି।

ଅପରପକ୍ଷେ ରବିବାର ରାତିରେ ଦେବୀଙ୍କ ନଗର ଭ୍ରମଣ ସମୟରେ ପ୍ରବଳ ବର୍ଷା ଯୋଗୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଦେବୀଙ୍କୁ ବର୍ଷାରେ ଶୋଭାଯାତ୍ରାରେ ନିଆଯାଇ ଉପଜିଲାପାଳଙ୍କ ବାସଭବନ ପର୍ଯ୍ୟନ୍ତ ନିଆଯାଇଥିଲା। ସେଠାରେ ଦେବୀ ପୂଜା ପାଇଥିଲେ। ଏହାପରେ ବର୍ଷା ଛାଡ଼ିବା ପରେ ଦେବୀ ଅସ୍ଥାୟୀ ମଣ୍ଡପରେ ପହଞ୍ଚି ବିଶ୍ରାମ ନେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ଧରିତ୍ରୀ ପ୍ରଭାବ; ସାନ୍ତାଳୀ ଗାଁ ପାଣିଖିଆରେ ପାଣି ପଶିବା ଘଟଣା, ଶୁଖିଲା ଖାଦ୍ୟ ବାଣ୍ଟିଲା ପ୍ରଶାସନ

ମହାକାଳପଡ଼ା,୨୪।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ସାନ୍ତାଳୀ ଗାଁ ପାଣି ଖିଆରେ ସମୁଦ୍ର ପାଣି ମାଡ଼ି ଆସିଛି । ଲଘୁଚାପ ପ୍ରଭାବରେ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?