ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଆଗାମୀ ସମୟରେ ଅବପାତର ରୂପ ନେବାର ଆଶଙ୍କା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପ୍ରକୋପ ବଢ଼ିବା ସମ୍ଭାବନା ରହିଛି। ସେହିପରି ଗୁରୁବାର କେନ୍ଦୁଝର ଜିଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ଅତି ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ ବିଭାଗ ରେଡ୍‌ ୱାର୍ନିଂ ଜାରି କରିଛି।
ସେହିପରି ବାଲେଶ୍ୱର, ଯାଜପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ ଓ ମୟୂରଭଞ୍ଜ ସମେତ ବିଭିନ୍ନ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବରଗଡ଼, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଆଦି ଜିଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଲଘୁଚାପ ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିପାରେ। ଆସନ୍ତା ୧୨ରୁ ୧୪ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଏହି ସମୟରେ ସମୁଦ୍ରକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ପାଣିପାଗ ପରିସ୍ଥିତିକୁ ନଜରରେ ରଖି ଜିଲା ପ୍ରଶାସନ ଓ ସମ୍ପୃକ୍ତ ବିଭାଗଗୁଡ଼ିକୁ ସତର୍କ ରହିବା ସହ ଆବଶ୍ୟକ ପ୍ରସ୍ତୁତି ନେବାକୁ ପରାମର୍ଶ ଦିଆଯାଇଛି।
ଏଥିସହ ଗତ ୨୪ ଘଣ୍ଟା ଭିତରେ ଜଗତ୍‌ସିଂପୁର କୁଜଙ୍ଗରେ ସର୍ବାଧିକ ୧୧୩ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଭଦ୍ରକ ଭଣ୍ଡାରିପୋଖରୀ ୯୦ ମିମି, ସୁନ୍ଦରଗଡ଼ ମନ୍ଦିରା ଡ୍ୟାମ୍‌ରେ ୭୩ ମିମି, ଦେବଗଡ଼ ବାରକେଟ୍‌ ୭୦.୨ ମିମି, କେନ୍ଦୁଝର ସ୍ବାମପାଟଣାରେ ୬୪.୪ ମିମି, ସୁନ୍ଦରଗଡ଼ ବାରଗାଁରେ ୫୮.୪ ମିମି, କୁଟୁରାରେ ୫୩,୪ ମିମି, କଟକ ବାଙ୍କିରେ ୫୨ ମିମି, ରାୟଗଡ଼ା ଗୁରୁଡିରେ ୫୧ ମିମି, କେନ୍ଦୁଥର ଯୋଡାରେ ୪୯.୨ ମିମି, ଅନୁଗୁଳୁ ତାଳଚେରରେ ୪୮ ମିମି ଏବଂ କେନ୍ଦୁଝର ଘଟଗାଁରେ ସର୍ବନିମ୍ନ ୪୭.୨ ମିମି ବର୍ଷା ରେକର୍ଡ ହୋଇଛି ବୋଲି ବିବାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?