ଆସନ୍ତା ୯ ଯାଏ ଛେଚିବ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା….

ଭୁବନେଶ୍ୱର, ୫ା୯(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ଟ୍ରପ୍‌ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆହୁରି ୨୪ଘଣ୍ଟା ଧରି ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ସାରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ଆସନ୍ତା ୯ ତାରିଖ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି ହୋଇଥିବା ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି।
ଗତ ୨୪ ଘଣ୍ଟାରେ ବରଗଡ଼ ଜିଲା ପଦମପୁର ଅଞ୍ଚଳରେ ସର୍ବାଧିକ ୮.୮ ସେମି ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ଝାରସୁଗୁଡା, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ, ଦେବଗଡ ଆଦି ଜିଲାର ସ୍ଥାନେ ସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଓ ସଂଲଗ୍ନ ପୂର୍ବ ରାଜସ୍ଥାନ ଉପରେ ଥିବା ଲଘୁଚାପ କ୍ଷେତ୍ର ଦେଇ ମୌସୁମୀଜନିତ ନିମ୍ନଚାପରେଖା ଗତି କରୁଛି। ଏହା ପ୍ରଭାବରେ ଆଉ ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଯାତ୍ରା ପୂର୍ବରୁ ପାକିସ୍ତାନ ଅଧିନାୟକଙ୍କ ବଡ଼ ବୟାନ: ନିଷ୍ପତ୍ତି ଯାହା…

କରାଚୀ,୨ା୨- ସରକାର ଏବଂ କ୍ରିକେଟ ବୋର୍ଡ ଯାହା ନିଷ୍ପତ୍ତି ନେବ, ଆମେ ତାହା ପାଳନ କରିବୁ। ପାକିସ୍ତାନ ଦଳର ଅଧିନାୟକ ସଲମାନ ଅଲୀ ଆଘା ସୋମବାର ଦଳର…

ମିଳିତ ଜନ ଅଭିଯୋଗ ଶୁଣାଣି : ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ…

ପଇଡ଼ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ବାଲିଗୁଡା,୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବାରଖମା ଆଉଟ ପୋଷ୍ଟ ନିକଟରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ପଇଡ଼ ବୋଝେଇ ଟ୍ରକ୍‌ରୁ…

କାମସାରି ଘରକୁ ଫେରୁଥିଲେ ଶ୍ରମିକ, ରାସ୍ତାରେ ଗଲା ଜୀବନ 

କେସିଙ୍ଗା,୨।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ପେଟ୍ରୋଲ ପମ୍ପ  ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ…

ବିବିସି ସ୍ପୋଟର୍‌ସ ଆଓ୍ବାର୍ଡ ଦୌଡ଼ରେ ରହିଛନ୍ତି ଭାରତର ଏହି ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨ା୨: ବିବିସି ଇଣ୍ଡିଆନ ସ୍ପୋଟର୍‌ସ ଓମ୍ୟାନ ଅଫ୍‌ ଦି ଇୟର ପୁରସ୍କାର ୨୦୨୫ ପାଇଁ ଦୌଡ଼ରେ ଯେଉଁ ଖେଳାଳିମାନେ ଅଛନ୍ତି, ସେମାନଙ୍କ ମଧ୍ୟରେ ଭାରତର ଐତିହାସିକ ୨୦୨୫…

‘ଚାଷୀଙ୍କ ପ୍ରତି ଉପହାସ ଚଳିବ ନାହିଁ’, ସରକାରଙ୍କୁ ଧୋଇଲେ ବିଜେଡି ବିଧାୟକ, କହିଲେ…

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ଚଳିତ ଖରିଫ ଋ଼ତୁ ୨୦୨୫-୨୬ରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ଫେଲ୍‌ ମାରିଥିବାରୁ ଜିଲାରେ ଚାଷୀ ଭାଇମାନେ ଧାନ ବିକିବା ପାଇଁ…

ମୁକୁଳା ଡ୍ରେନ୍‌ କବଳରେ ଶିଶୁ: ବାରମ୍ବାର ପଡ଼ିଲା ପରେ ବି…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡନଂ ପାଞ୍ଚ ତ୍ରିବେଣୀ ମଠ ଛକ ସାହିଠାରେ ଜଣେ ଶିଶୁ ଖେଳୁଥିବା ବେଳେ ହଟାତ ମୁକୁଳା ଡ୍ରେନରେ ପଡି…

ମଦ୍ୟପ ଯାତ୍ରୀଙ୍କ ଉନ୍ମତ୍ତ କାଣ୍ଡ, ବିମାନରେ ପୋଷାକ ଖୋଲି….

ନୂଆଦିଲ୍ଲୀ,୨।୨: ଜଣେ ଯାତ୍ରୀ ବିମାନରେ ହଙ୍ଗାମା କରୁଥିବାର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri