ଆସନ୍ତାକାଲି ୩ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୬।୭(ବ୍ୟୁରୋ)- ରାଜ୍ୟରେ ଏବେ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ମଙ୍ଗଳବାର ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏହି ୩ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୯ତାରିଖ ଦିନ ବିଭିନ୍ନ ଜିଲାକୁ ଝଡ଼ତୋଫାନ ସହ ବଜ୍ରପାତ ହେବ ବୋଲିି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲାରେ ଝଡ଼ତୋଫାନ ଓ ବଜ୍ରପାତ ନେଇ ୟୋଲୋ ଓ୍ବାର୍ନିଂ ଜାରି ହୋଇଛି। ୧୦ତାରିଖରେ ମଧ୍ୟ ୩ଜିଲାକୁ ପ୍ରବଳ ବର୍ଷା ଅଛି। କୋରାପୁଟ, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଆଦି ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିଦିନ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ,କନ୍ଦମାଳ, ଢେଙ୍କନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଆଦି ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବ। ତେଣୁ ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।