ଲଗାଣ ବର୍ଷାରେ ଅଧାପନ୍ତରିଆ ରାସ୍ତା କର୍ଦ୍ଦମାକ୍ତ ସମ୍ପ୍ରସାରଣରେ ଅହେତୁକ ବିଳମ୍ବ, ଜନ ଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡି,୧୯।୭ (ଅରୁଣ ସାହୁ)- ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଦୁର୍ଗମ: ଅଞ୍ଚଳଗୁଡିକରେ ରହିଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଥିବା ବେଳେ ଏକାଧିକ ରାସ୍ତା ଦୀର୍ଘଦିନ ଧରି ସମ୍ପ୍ରସାରଣରେ ବିଳମ୍ବ ଯୋଗୁଁ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି। ଦାରିଙ୍ଗବାଡିଠାରୁ କୋଟଗଡ଼ ବ୍ଲକକୁ ସଂଯୋଗ କରୁଥିବା ସିର୍କାବର୍ଗଠାରୁ ପିଟକମେରା ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇପଡିଛି।
ପ୍ରକାଶ ଯେ, ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସିର୍କାବର୍ଗ ଠାରୁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ କରାଯାଉଥିବା ବେଳେ ରାସ୍ତାରେ କିଛି ସ୍ଥାନରେ ମେଟାଲ ଓ ଆଉ କିଛି ସ୍ଥାନରେ କେବଳ ମାଟି ପକାଇ ଛାଡିଦିଆଯାଇଛି। ଆଉ କିଛି ସ୍ଥାନରେ ପୋଲ ନିର୍ମାଣ କରାଯାଇଥିଲେ ସୁଦ୍ଧା ସଂଯୋଗୀକରଣ ରାସ୍ତା ନିର୍ମାଣ କରାଯାଇନାହିଁ। ଫଳରେ ଏବେ ଲଗାଣ ବର୍ଷାରେ ବାଇପାସ ରାସ୍ତାରେ ଯାତାୟତ ସଂପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ସିର୍କାବର୍ଗ ଅଞ୍ଚଳର ହେମନ୍ତ ଉଠାଣ ସିଂ, କୈଳାଶ ବଳିୟାର ସିଂ, କାଳୀ ବଳିୟାର ସିଂ, ସୁଶିଲ ବଳିୟାର ସିଂ ପ୍ରମୁଖ କହିଛନ୍ତି। ଉକ୍ତ ରାସ୍ତାରେ ସିର୍କାବର୍ଗ ଗ୍ରାମ ସମେତ ଉଗଡିଙ୍ଗ, ମାଣିକଯୋଡି, ବାନ୍ଦାମେରା, ଗୁଡ୍ରିମାହା ଗ୍ରାମର ପ୍ରାୟ ୧୦ ହଜାର ଲୋକ ପ୍ରଭାବିତ ହେଉଛନ୍ତି। ଶୀଘ୍ର ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଶେଷ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ବର୍ଷା ଦିନ ପୂର୍ବରୁ କାର୍ଯ୍ୟ ଶେଷ କରାଯିବା ଆବଶ୍ୟକ ସ୍ଥଳେ ଲୋକଙ୍କ ସମସ୍ୟାକୁ ଅଣଦେଖା କରାଯାଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏନେଇ ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ରମାକାନ୍ତ ପଟ୍ଟନାୟକ କହିଛନ୍ତି, ପୋଲ ଉପରେ ଛାତ କାମଗୁଡିକ ହୋଇପାରିନି। ଏବେ ବର୍ଷା ପାଇଁ କାମ ହୋଇପାରୁନି ତଥାପି ଲୋକଙ୍କ ଯାତାୟତରେ ସୁବିଧା କରାଯିବ। ସେ ନିଜେ ଯାଇ ପଦକ୍ଷେପ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri