କାଳବୈଶାଖୀ ଝଡ଼ ବର୍ଷାରେ ହୋଇଛି ବ୍ୟାପକ କ୍ଷତି

କୋରାପୁଟ,୨୧ା୫(ସ୍ବ.ପ୍ର.): କୋରାପୁଟ ସହର ସମେତ ଆଖପାଖ ଅଞ୍ଚଳରେ ଶୁକ୍ରବାର ସଂନ୍ଧ୍ୟାରେ ହୋଇଥିବା କାଳ ବୈଶାଖ ଝଡପବନ ଓ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କୋରାପୁଟ ସହର ସମେତ ଲକ୍ଷ୍ମୀପୁର, ସେମିଳିଗୁଡା ବ୍ଲକରେ ୨୨୫ ମିମି ବର୍ଷା ହୋଇଥିଲା। ଏହିସବୁ ଅଞ୍ଚଳରେ ୧୦୦ରୁ ଊର୍ଦ୍ଧ୍ୱ ଘର ଆଂଶିକ ରୂପେ ଭାଙ୍ଗିଥିବା ଜିଲା ଜରୁରୀ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ କହିଛନ୍ତି। ଏହି ଝଡ ଓ ବର୍ଷାରେ କୋରାପୁଟ ଡିଆରଡିଏ ଗେଷ୍ଟ ହାଉସ୍‌ର ଟିଣ ଛାତ ଉଡିଯାଇ ୫୦ ମିଟର ଦୂରରେ ପଡିଥିବା ଦେଖିବାକୁ ମିଳିଥିଲା। ଏଥିଯୋଗୁ ୨ଟି ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ବିଦ୍ୟୁତ୍‌ ତାର ଛିଣ୍ଡିଯାଇଛି ା ସେହିପରି ସହରର ଆରିଓ କୋଲନୀ, ଶାନ୍ତି ନଗର, ଟେଲିକମ କଲୋନୀ ଅଞ୍ଚଳରେ ୮ଟି ବିଦ୍ୟୁତ ଖୁଣ୍ଟ ଭାଙ୍ଗିଛି। ବିଦ୍ୟୁତ୍‌ ତାର ଛିଣ୍ଡି ୨୪ ଘଣ୍ଟା ପରେ ମଧ୍ୟ ଏସବୁ ଅଞ୍ଚଳରେ ବିଦ୍ୟୁତ ସେବା ସ୍ବାଭାବିକ ହୋଇ ନ ଥିବା ଜଣାପଡିଛି। ସେହିପରି କୋରାପୁଟ ମହିଳା ମହାବିଦ୍ୟାଳୟ ପରିସର, ଲାଣ୍ଡିଗୁଡା, ଫରେଷ୍ଟ କୋଲନୀ ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଛି। ବିଦ୍ୟୁତ୍‌ ସ୍ବାଭାବିକ ହୋଇ ନ ଥିବାରୁ ବିଭାଗର କାର୍ଯ୍ୟ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ା ସୂଚନାଯୋଗ୍ୟ, ଏବେ ଟାଟା ପକ୍ଷରୁ କୋରାପୁଟ ଜିଲାରେ ବିଦ୍ୟୁତ୍‌ ବିତରଣ କରାଯାଉଛି। ବିଦ୍ୟୁତ୍‌ ବିଭ୍ରାଟ ହେଲେ ତୁରନ୍ତ ମରାମତି ପାଇଁ ବୁଦ୍ଧମ ବିଲଡର ସଂସ୍ଥାକୁ ଟାଟା ବର୍ଷିକିଆ ଲିଜ ଦେଇଛି। ଅଥଚ ଏହି ସଂସ୍ଥା ଠିକ ଭାବେ ଲୋକଙ୍କୁ ସେବା ଯୋଗାଇ ପାରୁନଥିବା ଦେଖିବାକୁ ମିଳୁଛି। ବିଦ୍ୟୁତ୍‌ ବ୍ୟବସ୍ଥା ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ମନରଞ୍ଜନ ମାର୍ଥାଙ୍କୁ ପଚାରିବାରୁ ସେ କହିଲେ, ବର୍ତ୍ତମାନ ସହରର ଅଧିକାଂଶ ସ୍ଥାନରେ ବିଦ୍ୟୁତ୍‌ ସ୍ବାଭାବିକ ହୋଇଛି। କିଛି ଅଞ୍ଚଳରେ ବିଦ୍ୟୁତ୍‌ ମରାମତି କାର୍ଯ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଖୁବ୍‌ ଶୀଘ୍ର ସମସ୍ୟା ଦୂର ହେବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri