ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା: ସ୍କୁଲ-ଅଙ୍ଗନବାଡି କେନ୍ଦ୍ର ଛୁଟି

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ଲାଗି ଗଞ୍ଜାମ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି l ଏହାର ମୁକାବିଲା ଲାଗି ଗଞ୍ଜାମ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିଛି l ସମସ୍ତ ଲାଇନ ବିଭାଗକୁ ସଜାଗ ରହିବା ପାଇଁ କୁହାଯାଇଛି l ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଶନିବାର ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡିକୁ ଜିଲାପାଳ ଭି. କୀର୍ତ୍ତି ଭାସନ ଛୁଟି ଘୋଷଣା କରିଛନ୍ତି l ଜିଲାରେ ଥିବା ସମସ୍ତ ବାତ୍ୟା ଆଶ୍ରୟ ସ୍ଥଳୀ ଗୁଡିକୁ ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି। ଆବଶ୍ୟକ ହେଲେ ସେଗୁଡିକୁ ବ୍ୟବହାର କରାଯିବ ବୋଲି ଜିଲାପାଳ କହିଛନ୍ତି l

ଏନେଇ ଶୁକ୍ରବାର ରାତ୍ରରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ଛତ୍ରପୁର ବ୍ଲକ ଅନ୍ତର୍ଗତ ଉପୁଲାପୁଟି, ଆର୍ଯ୍ୟପଲ୍ଲୀ ସମେତ ଗୋପାଳପୁରରେ ବିଭିନ୍ନ କୋଷ୍ଟାଲ ଅଞ୍ଚଳ ଗୁଡିକରେ ଥିବା ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ଯାଞ୍ଚ କରିଛନ୍ତି l ମତ୍ସଜୀବିମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି l କୌଣସି ସରକାରୀ ଅଧିକାରୀ ବିନା ଅନୁମତିରେ ହେଡ଼ କ୍ୱାର୍ଟର ଛାଡି ଯାଇପାରିବେନି ବୋଲି ନିର୍ଦେଶ ଦିଆଯାଇଛି l ଜିଲାରେ ବ୍ଲକ ଓ ତହସିଲ ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯିବା ସହ ଜରୁରୀ କାଳୀନ ନମ୍ବର ଜାରି କରାଯାଇଛି। ଜରୁରୀ ହେଲେ ଲୋକେ ସେହି ନମ୍ବରରେ କଲ କରିପାରିବେ ବୋଲି ଜିଲ୍ଲାପାଳ କହିଛନ୍ତି l ଜିଲା ପ୍ରଶାସନ ସମ୍ପୂର୍ଣ ପ୍ରସ୍ତୁତ ହୋଇ ରହିଛି l ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାବାସୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଏବଂ ଜରୁରୀକାଳୀନ ବ୍ୟବସ୍ଥାର କିପରି ବ୍ୟବସ୍ଥା ହୋଇଛି ତାହା ଜିଲାପାଳ ନିରୀକ୍ଷଣ କରିଥିଲେ। ଜିଲାପାଳଙ୍କ ଏହି ପରିଦର୍ଶନ ବେଳେ ଛତ୍ରପୁର ତହସିଲଦାର ଦିବ୍ୟା ମହାନ୍ତି, ଛତ୍ରପୁର ବିଡ଼ିଓ ସମ୍ବିତ ସଂଗ୍ରାମଜିତ ସାହୁ,ଅତିରିକ୍ତ ତହସିଲଦାର ମନୋଜ ପ୍ରଧାନ, ସରପଞ୍ଚ ପ୍ରମୁଖ ଉପସ୍ଥିତ ଥିଲେ।

 

 

Dharitri – Odisha’s No.1, Most Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri