ଦଶହରାରେ ଛେଚିବ ବର୍ଷା: ଆସୁଛି ଦୁଇ ଦୁଇଟି ବଡ଼ ଲଘୁଚାପ

ଭୁବନେଶ୍ୱର,୨୨।୯: ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଆଉ ମାତ୍ର ୯ ଦିନ ରହିଲା ଦଶହରା। କିନ୍ତୁ ଏଥର ଦଶହରାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଗ ପଛ ହୋଇ ଆସୁଛି ଦୁଇ ଦୁଇଟି ବଡ଼ ଲଘୁଚାପ। ଏହାର ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଆଜି ଉତ୍ତର ଓ ଅତି ପ୍ରବଳ ବର୍ଷା ହେବ ପାଣିପାଗ କେନ୍ଦ୍ର। କେନ୍ଦୁଝର ଓ ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବାକି ୨୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧ ଓ ୨ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ବର୍ଷା ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?