୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ ୩୯ ଡିଗ୍ରୀ ଡେଇଁଥିବାବେଳେ ଆଗାମୀ ୩ଦିନ ମଧ୍ୟରେ ଆହୁରି ୨ରୁ ୩ ଡିଗ୍ରୀ ବଢିବା ନେଇ ଆଞ୍ଚଳି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏପରିସ୍ଥିତିରେ ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରବିବାର ଓ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଝଡ଼ତୋଫାନ ସମ୍ଭାବନା ରହିଛି। ବର୍ଷା, ବିଜୁଳି, ଘଡ଼ଘଡ଼ି ଏବଂ ପବନ ବହିବା ନେଇ ମଧ୍ୟ ସୂଚନା ଜାରି କରାଯାଇଛି। ବିଶେଷକରି ରବିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲାରେ ବିଜୁଳି ଘଡ଼ଘଡ଼ି ମାରିବା ସହିତ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, ନୟାଗଡ଼, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ଘଡ଼ଘଡ଼ି ବିଜୁଳି ସହିତ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏଥିସହ ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଏବଂ ଜଗତ୍‌ସିଂହପୁର ଜିଲାକୁ କୁହୁଡି ନେଇ ସତର୍କ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଶୁକ୍ରବାର ଲଗାତାର ଦ୍ୱିତୀୟ ଦିନ ପାଇଁ ଝାରସୁଗୁଡା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଏଠାରେ ସର୍ବାଧିକ ତାପମାତ୍ରା ୩୯.୬ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ୫ ସ୍ଥାନରେ ୩୭ ଡିଗ୍ରୀ ଟପିଥିଲା। ଟିଟିଲାଗଡ଼ରେ ୩୭.୫ ଡିଗ୍ରୀ ରହିଥିବାବେଳେ
କିରେଇ ୩୭.୨ ଡିଗ୍ରୀ, ପାରଳାଖେମୁଣ୍ଡି ୩୭.୨ ଡିଗ୍ରୀ, ଢେଙ୍କାନାଳ ୩୭.୧ ଡିଗ୍ରୀ, ଗୋପାଳପୁର ୩୭.୧ ଡିଗ୍ରୀ, ଅନୁଗୋଳ ୩୬.୯ ଡିଗ୍ରୀ, ହୀରାକୁଦ ୩୬.୮ ଡିଗ୍ରୀ, ସମ୍ବଲପୁର ୩୬.୬ ଡିଗ୍ରୀ, ଭବାନୀପାଟଣା ୩୬.୫ ଡିଗ୍ରୀ, ଭୁବନେଶ୍ୱର ୩୬.୪ ଡିଗ୍ରୀ ଓ ତାଳଚେରରେ ୩୬.୪ ଡିଗ୍ରୀ ରେକର୍ଡ ହୋଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ପୁରୀ, ଜଗତ୍‌ସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି ଜିଲାରେ ପ୍ରବଳ ଗରମ ଏବଂ ଗୁଳୁଗୁଳି ଅନୁଭୂତ ହୋଇଥିଲା। ଶନିବାର ମଧ୍ୟ ଏହିସବୁ ଜିଲାରେ ଗରମ ଓ ଗୁଳୁଗୁଳି ହେବା ନେଇ ପୂର୍ବାନୁମାନ କରାଯାଇଛି। ଏଥିସହ କେତେକ ଜିଲାକୁ କୁହୁଡି ନେଇ ସତର୍କ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri