ଆଜି ୧୫ ଜିଲାରେ ପ୍ରବଳ ବର୍ଷିବ: ଏହି ଦିନଠାରୁ କମିବ

ଭୁବନେଶ୍ୱର,୨୮ା୭(ଅନୁରାଧା ମହାରଣା):ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଛି। ଏହି ଅବପାତ କ୍ରମଶଃ ଦୁର୍ବଳ ହୋଇ ପୁଣି ଲଘୁଚାପରେ ପରିଣତ ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ୧୫ ଜିଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ ଓ ସମ୍ବଲପୁରକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବେଗରେ ପବନ ବହିବ। ଉପକୂଳ ଓ ଏହାର ଆଖପାଖ ଅଞ୍ଚଳ, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରଭିତରକୁ ଯିବାକୁ ବାରଣ କରାଯାଇଛି। ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ ଓ ୩୧ରୁ ବର୍ଷା କମିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri