ସୃଷ୍ଟି ହେଲା ଅବପାତ: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୫।୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ।୨୭ ତାରିଖ ସକାଳେ ବାତ୍ୟାର ରୂପ ନେବ ବୋଲି ଜଣାପଡିଛି। ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ୩ କି.ମି. ବେଗରେ ଗତି କରୁଛି। ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ତେବେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ଏବଂ ଓଡ଼ିଶା ଉପରେ ଏହାର ପ୍ରଭାବ କ’ଣ ରହିବ ତାହା ଜଣାପଡି ନାହିଁ। ଲଘୁଚାପଟି ଅବପାତରେ ପରିଣତ ହେବା ପରେ ହିଁ ବାତ୍ୟାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ମାତ୍ର ଓଡ଼ିଶା ଅପେକ୍ଷା ଆନ୍ଧ୍ରପ୍ରଦେଶ ଉପରେ ବାତ୍ୟାର ପ୍ରଭାବ ଅଧିକ ପଡ଼ିପାରେ। ଏହା ପ୍ରଭାବରେ ୨୭ ତାରିଖରୁ ଓଡ଼ିଶାରେ ବର୍ଷାର ପରିମାଣ ବଢିବ। ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ ରହିବ। ୨୭ରୁ ୨୯ ତାରିଖ ୩ଦିନ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୩୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଡ. ମହାନ୍ତି ସୂଚନା ଦେଇଛନ୍ତି। ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ନେଇ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ରବିବାର ଏହିସବୁ ଜିଲା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ବୌଦ୍ଧ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ସୋମବାର ୨୭ତାରିଖରେ ରାଜ୍ୟର ସମସ୍ତ ଜିଲାକୁ ୟୋଲେ ୱାର୍ନିଂ ଏବଂ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?