ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…

ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଉପରେ ରହିଛି। ସେହିପରି ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ସମୁଦ୍ର ପତ୍ତନରୁ ୧.୫ରୁ ୫.୮ କି.ମି. ଉଚ୍ଚତା ମଧ୍ୟରେ ଅନ୍ୟ ଏକ ଉପରିସ୍ଥ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିଛି। ଶୁକ୍ରବାର ମଧ୍ୟ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଶୁକ୍ରବାର ମୟୂରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଏବଂ ରାଜ୍ୟର ସମସ୍ତ ଜିଲାରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ରହିବା ନେଇ ସୂଚନା ଦିଆଯାଇଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ଆକଳନ କରାଯାଇଛି।
ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ସକାଳ ୮ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ସର୍ବାଧିକ ୧୦୭.୯ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ଯାଜପୁର ଜିଲା ଜେନାପୁରରେ ୧୦୬.୮ ମି.ମି., କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ ୧୦୦ ମି.ମି., କଟକ ଜିଲା ମାହାଙ୍ଗାରେ ୯୨ ମି.ମି., ନିଶ୍ଚିନ୍ତକୋଇଲିରେ ୮୨ ମି.ମି., କଣ୍ଟାପଡ଼ାରେ ୮୧ ମି.ମି., ଭଦ୍ରକ ଜିଲା ଭଣ୍ଡାରିପୋଖରୀରେ ୮୦ ମି.ମି., ଯାଜପୁର ଜିଲା ସୁକିନ୍ଦାରେ ୭୬ ମି.ମି., ଯାଜପୁରରେ ୭୫ ମି.ମି., ବାଲେଶ୍ୱର ଜିଲା ରାଜଘାଟରେ ୭୪.୮ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?