Posted inରାଜ୍ୟ

୩ ଦିନ ପ୍ରବଳ ବର୍ଷିବ: ଦକ୍ଷିଣ ଓଡ଼ିଶାରେ ବନ୍ୟା ହେବାର ଆଶଙ୍କା

ଭୁବନେଶ୍ୱର,୯। ୮(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୯ ତାରିଖରୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଏବଂ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ରାୟଗଡ଼ା, ମାଲକାନଗିରି, ଗଞ୍ଜାମ, ବଲାଙ୍ଗୀର ଏବଂ ବରଗଡ଼ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୦ ତାରିଖରେ ମଧ୍ୟ ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ମାଲକାନଗିରି, କୋରାପୁଟ, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡ଼ା, ନୟାଗଡ଼, ବୌଦ୍ଧ, ଗଜପତି, ବରଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ଅନୁମାନ କରି ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ୧୧ରେ ମାଲକାନଗରି, କୋରାପୁଟ, ନବରଙ୍ଗପୁର, ନୂଆପଡା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ଲଘୁଚାପ ଯୋଗୁ ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ବଂଶଧାରା, ଋଷିକୁଲ୍ୟା ଏବଂ ହାତୀନଦୀରେ ବନ୍ୟା ହେବାର ଆଶଙ୍କା ଥିବାରୁ ଜିଲାପାଳମାନଙ୍କୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri