Heavy Rainfall: ଆଉ ୨୪ଘଣ୍ଟାରେ ପ୍ରବଳ ଝଡବର୍ଷା! ୬ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୧।୪: ଆଉ ୨୪ ଘଣ୍ଟାରେ ହେବ ପ୍ରବଳ ଝଡ଼ ବର୍ଷା। ଏନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦକ୍ଷିଣ ଓଡ଼ିଶାର ୬ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବାବେଳେ ବାକି ଉତ୍ତର ଉପକୂଳର ୧୭ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ତେବେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗ ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡରେ ଘଡଘହି ସହିତ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏ ସବୁ ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି। ଶନିବାର ଅର୍ଥାତ ୧୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡା ଓ ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡଘଡି ସହିତ ବର୍ଷା ହୋଇପାରେ।

Share