୫ ଜିଲାରେ ପ୍ରବଳ ବର୍ଷା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ବର,୨୭।୬: ରାଜ୍ୟର କିଛି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟର ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସତର୍କ ସୂଚନା ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଏହି ୫ ଜିଲାରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି।

ଏପରି କି ୨୭ରୁ ୨୮ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଜିଲାରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ଆଶଙ୍କା ରହିଛି।

୨୮ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ଥିବା ବେଳେ ୩୦ରୁ ଜୁଲାଇ ୨ ତାରିଖ ମଧ୍ୟରେ କିଛି ଜିଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।